ନନ୍ଦନକାନନରୁ ମିଜୋରାମ ଗଲା ୨ ବାଘ

ବାରଙ୍ଗ,୨୮।୩(ଡି.ଏନ୍‌.ଏ.):ଦୀର୍ଘଦିନର ବ୍ୟବଧାନ ପରେ ନନ୍ଦନକାନନରେ ଆରମ୍ଭ ହୋଇଛି ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା। ଏହି ପ୍ରକ୍ରିୟାରେ ନନ୍ଦନକାନନରୁ ସୋମବାର ଅପରାହ୍ନରେ ଦୁଇ ସାଧାରଣ (ନାଲି) ବାଘ ମିଜୋରାମର ଆଇଜଲ ଚିଡିଆଖାନାକୁ ପଠାଯାଇଛି। କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନକ୍ରମେ ନନ୍ଦନକାନନ କର୍ତ୍ତୃପକ୍ଷ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ଗୋଟିଏ ୫ବର୍ଷର ଅଣ୍ଡିରା ସାଧାରଣ(ନାଲି) ବାଘ ‘କୁନ୍ଦନ’ ଓ ଅନ୍ୟଟି ୫ବର୍ଷର ମାଈ ସାଧାରଣ(ନାଲି) ବାଘୁଣୀ ‘ଆଦାଶ୍ୟା’ଙ୍କୁ ପଠାଇଛନ୍ତି। ଏହି ବାଘ ନେବା ପାଇଁ ଆଇଜଲ ଚିଡିଆଖାନାର ୮ଜଣିଆ ଦଳ ଗତ ଶୁକ୍ରବାର ରାତିରେ ନନ୍ଦନକାନନରେ ପହଞ୍ଚତ୍ଥିଲେ। କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଚିଠି ନନ୍ଦନକାନନରେ ପହଞ୍ଚିବାରୁ କର୍ତ୍ତୃପକ୍ଷ ସୋମବାର ଦିନ କୁନ୍ଦନ ରହୁଥିବା ୩୦ନମ୍ବର ଏନକ୍ଲୋଜର ଓ ଆଦାଶ୍ୟା ରହୁଥିବା ବାଘ ସଫାରୀ ଫିଡିଙ୍ଗ ଚାମ୍ବରରେ ଦୁଇଟି ଯନ୍ତା ଭିତରେ ଜୀବନ୍ତ କୁକୁଡା ଓ ମଇଁଷି ମାଂସ ରଖି ଦୁଇଟି ବାଘକୁ କାବୁକରିବାରେ ସକ୍ଷମ ହୋଇଥିଲେ। ପରେ କ୍ରେନ ସାହାଯ୍ୟରେ ମିଜୋରାମରୁ ଆସିଥିବା ଦୁଇଟି ଟ୍ରକ ଯୋଗେ ପଠାଇଥିଲେ। ଏହି ଦୁଇ ବାଘ ପ୍ରତିବଦଳରେ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ସେଠାରୁ ତିନି ପ୍ରଜାତିର ୫ଜନ୍ତୁ (ହଳେ ହିଲକ ଗିବନ, ହଳେ ଘୁଷୁରି ଲାଞ ମାକେକ ଓ ଗୋଟିଏ ମାଈ ହିମାଳୟ କଳାଭାଲୁ) ନନ୍ଦନକାନନକୁ ଆସିବ। ଏହି ନୂତନ ଅତିଥି ଜୁନ ମାସରେ ଆଣିବା ପାଇଁ ନନ୍ଦନକାନନ କର୍ତ୍ତୃପକ୍ଷ ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri