Posted inଜାତୀୟ

ବର୍ଷକୁ ୨ ଥର ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୨୪ା୮ : ଏଣିକି ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ହେବ। ପରୀକ୍ଷାରେ ସବୁଠୁ ଭଲ ନମ୍ବର ରଖିବା ପାଇଁ ପିଲାମାନଙ୍କ ପାଖରେ ବିକଳ୍ପ ରହିବ। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗୋଟିଏ ଭାଷା ପରିବର୍ତ୍ତେ ଦୁଇଟି ଭାଷା ପଢ଼ିବେ ବୋଲି ଶିକ୍ଷା ମନ୍ତ୍ରଣାଳୟର ନୂଆ ପାଠ୍ୟକ୍ରମ ରୂପରେଖରୁ ଜଣାପଡ଼ିଛି। ସେଥିରୁ ଗୋଟିଏ ଭାରତୀୟ ଭାଷା ରହିବା ଅନିବାର୍ଯ୍ୟ।ନୂଆ ଶିକ୍ଷା ନୀତି (ଏନ୍‌ଇପି) ଅନୁଯାୟୀ ପାଠ୍ୟକ୍ରମ ପ୍ରସ୍ତୁତ ହୋଇଛି। ୨୦୨୪ ଶିକ୍ଷାବର୍ଷ ପାଇଁ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବୋର୍ଡ ପରୀକ୍ଷାକୁ ସହଜ କରିବା ପାଇଁ ମାସ ମାସ ଧରି କୋଚିଂ ଏବଂ ପାଠ ଘୋଷିବା ପରିବର୍ତ୍ତେ ପିଲାମାନେ କରିଥିବା ଦକ୍ଷତା ହାସଲର ଆକଳନ କରାଯିବ। ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ହେବା ଦ୍ୱାରା ପିଲାମାନେ ଭଲ ପ୍ରଦର୍ଶନ କରିବା ଲାଗି ପର୍ଯ୍ୟାପ୍ତ ସମୟ ଓ ସୁଯୋଗ ପାଇବେ। ସେମାନେ ଯେଉଁସବୁ ବିଷୟ ସମ୍ପୂର୍ଣ୍ଣ କରିଥିବେ ଏବଂ ପ୍ରସ୍ତୁତ ଥିବା ଅନୁଭବ କରିବେ, ସେହି ବିଷୟରେ ପରୀକ୍ଷା ଦେବେ। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ବିଷୟ ଚୟନରେ କଳା, ବିଜ୍ଞାନ ଏବଂ ବାଣିଜ୍ୟ ଭଳି ଷ୍ଟ୍ରିମ୍‌ କଟକଣା ରହିବ ନାହିଁ। ସେମାନେ ଯେକୌଣସି ଷ୍ଟ୍ରିମ୍‌ର ବିଷୟ ଚୟନ କରିପାରିବେ।

ସ୍କୁଲ ବୋର୍ଡଗୁଡ଼ିକ ନିର୍ଦ୍ଧାରିତ ସମୟରେ ପରୀକ୍ଷା କରାଇବା ପାଇଁ ସାମର୍ଥ୍ୟ ବଢ଼ାଇବେ। ସେହିପରି ପରୀକ୍ଷକ ଏବଂ ପରୀକ୍ଷା ପ୍ରସ୍ତୁତକାରୀଙ୍କୁ ଏଥିପାଇଁ ବିଶ୍ୱବିଦ୍ୟାଳୟ ସାର୍ଟିଫିକେଟ ପାଠ୍ୟକ୍ରମ ହାସଲ କରିବାକୁ ହେବ ବୋଲି ମନ୍ତ୍ରଣାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri