୬ ମାସରେ ୨ ଥର ରାସ୍ତା ଢଳେଇ: କାର୍ଯ୍ୟାନୁଷ୍ଠାନ ଦାବି

ତିର୍ତ୍ତୋଲ, ୬।୮ (ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କନୀମୂଳ ପଞ୍ଚାୟତ ଗଇଠିପୁର ଗ୍ରାମରେ ପଞ୍ଚାୟତ ସମିତି ତରଫରୁ ଅନୁମୋଦିତ ହୋଇଥିବା ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବିଡିଓ ଅଟଳ ବିହାରୀ ସ୍ବାଇଁଙ୍କ ସମେତ ବ୍ଲକ ଅଧ୍ୟକ୍ଷ, ପ୍ରକଳ୍ପ ନିର୍ଦ୍ଦେଶକ ଡିଆର୍‌ଡିଏ ଓ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରାଯାଇ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।
ଅଭିଯୋଗ ଅନୁଯାୟୀ, ଗ୍ରାମ ପଞ୍ଚାୟତର କେନ୍ଦ୍ରୀୟ ଅର୍ଥ ଆୟୋଗଙ୍କ ଯୋଜନାରେ ୬ ମାସ ତଳେ ଯେଉଁ ସ୍ଥାନରେ ଢଳାଇ ରାସ୍ତା କରାଯାଇଥିଲା, ସେହି ସ୍ଥାନରେ ପୁଣି ଥରେ ଢଳେଇ ରାସ୍ତା କରାଯାଇଛି। ରାସ୍ତା ମରାମତି ନାମରେ ଏଠାରେ ନିମ୍ନମାନର କାମ କରି ଅର୍ଥ ହଡପ କରିବାକୁ ମସୁଧା କରାଯାଇଛି ବୋଲି ଅଭିଯୋଗରେ ଦର୍ଶାଯାଇଛି। ସୂଚନା ଫଳକ ଲଗା ନ ଯାଇ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି। ଗଇଠିପୁର ସ୍କୁଲ ନିକଟରୁ ମଲ୍ଲିକ ସାହି ରାସ୍ତା ପର୍ଯ୍ୟନ୍ତ ୧ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟ ଅଟକଳରେ ପଞ୍ଚମ ରାଜ୍ୟ ଅର୍ଥ ଆୟୋଗଙ୍କ ଯୋଜନାରେ ୨୦୨୧-୨୨ରେ ଢଳେଇ ରାସ୍ତା କରିବାକୁ ଅନୁମୋଦିତ ହୋଇଥିଲା। ସେହି ରାସ୍ତା ଉପରେ ଏବେ ଗଇଠିପୁର ଦିଗବାରୁଣୀ ଆର୍‌ଡି ରାସ୍ତାରୁ ମଲ୍ଲିକ ସାହିକୁ ରାସ୍ତା ୪୭,୦୦୦ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହେବା ପାଇଁ କାର୍ଯ୍ୟ ଅନୁମୋଦିତ ହୋଇଛି। ତେବେ ବେଆଇନ ଭାବେ ସେଠାରେ କାମ କରା ନ ଯାଇ ଅନ୍ୟତ୍ର କରାଯାଇଛି। କୌଣସି ଆବଶ୍ୟକତା ନ ଥାଇ ବ୍ୟକ୍ତିଗତ ପୋଖରୀ ନିକଟକୁ ଯିବା ପାଇଁ ଢଳାଇ ରାସ୍ତା ନିର୍ମାଣ କରାଯାଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଅରୁଣ ସୂତାର, ପ୍ରଣତି ସେଠି, ସସ୍ମିତା ମଲ୍ଲିକ, ନରେନ୍ଦ୍ର କୁମାର ଖୁଣ୍ଟିଆ, ତପନ ଦାସ, ସ୍ବାଧୀନ କୁମାର ଖୁଣ୍ଟିଆ, ନଗେନ୍ଦ୍ର ଖୁଣ୍ଟିଆ, ଚନ୍ଦ୍ରମଣି ଦାସ, ନିରଞ୍ଜନ ମଲ୍ଲିକ, ବନମାଳୀ ସୂତାର, ସନାତନ ଖୁଣ୍ଟିଆ, ଗିରିଧାରୀ ସେଠୀ, ତପନ ସେଠୀ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ବିଡିଓ ସ୍ବାଇଁ କହିଛନ୍ତି, କୌଣସି ନିମ୍ନମାନର କାର୍ଯ୍ୟ ହୋଇନାହିଁ। ଭୁଲ୍‌ବଶତଃ ପ୍ରକଳ୍ପ ଚିହ୍ନଟ ପାର୍ଶ୍ୱ ପରିବର୍ତ୍ତେ ଅନ୍ୟ ପାଶର୍‌ବରୁ କାମ କରାଯାଇଛି। ଏନେଇ ବିଲ୍‌ ଅଟକା ଯାଇଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri