୨ ଜନଜାତି ଶିଶୁଙ୍କୁ ମିଳୁନି ଖାଦ୍ୟ

ମହାକାଳପଡ଼ା,୨୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତବର୍ଷରେ କୌଣସି ଶିଶୁ ଉପବାସରେ ନ ରହିବେ ସେଥିପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ବ୍ୟୟ ହେଉଛି। ବିଶେଷ କରି ଜନଜାତି ବର୍ଗର ଲୋକମାନଙ୍କର ବିକାଶ ପାଇଁ ସରକାର କହୁଥିବାବେଳେ ଏହାର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଜନଜାତି ବର୍ଗର ଶିଶୁମାନଙ୍କ ବିକାଶ ପାଇଁ ବିଭିନ୍ନ କାର୍ଯ୍ୟାଳୟରେ ପ୍ରଶାସନିକ ଅଧିକାରୀ ନିଯୁକ୍ତି ପାଇଛନ୍ତି। ମାତ୍ର ସେମାନଙ୍କ ଦାୟିତ୍ୱହୀନତା ପାଇଁ ମା’ ଛେଉଣ୍ଡ ୨ ଯମଜ ଶିଶୁ ଖାଦ୍ୟ ନ ପାଇ ଭୋକରେ ଆଉଟୁ ପାଉଟୁ ହେଉଛନ୍ତି। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳୁଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତର ଶବରପଡ଼ାରେ। ମା’ ଛେଉଣ୍ଡ ୨ ଯମଜ ଶିଶୁ କାଞ୍ଚନ ଭକ୍ତାଙ୍କ ଘରେ ଜେଜେ ମା’ଙ୍କ କୋଳରେ ଆଶ୍ରା ନେଇଛନ୍ତି।
ମୟୂରଭଞ୍ଜ ଜିଲା ବାରିପଦା ଅଞ୍ଚଳର ଅଞ୍ଜଳି ଭକ୍ତା (୪୫)ଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇଗଲା ପରେ ପୁଅ ବାମନଙ୍କ ସ୍ତ୍ରୀ ନୀଳିମା ଭକ୍ତା ୨ ଯମଜ ସନ୍ତାନ ଜନ୍ମ ଦେଇଥିଲେ। ୩ ମାସ ପରେ ନୀଳିମା ଆରପାରିକୁ ଚାଲିଗଲେ। ନିରାଶ୍ରୟା ଅଞ୍ଜଳି ନିଜର ବାପ ଘର ମହାକଳପଡ଼ା ବ୍ଲକ ଶବରପଡ଼ାକୁ ବର୍ଷେ ପୂର୍ବେ ଆସି ଭାଉଜ କାଞ୍ଚନଙ୍କ ପାଖରେ ଆଶ୍ରା ନେଇଛନ୍ତି। ଭାବିଥିଲେ ଶାଶୁ ଘର ଅପେକ୍ଷା ବାପଘରେ ଭଲରେ ଚଳିବେ। ତେବେ ବାପଘରେ ପହଞ୍ଚତ୍ଲା ପରେ ଅଞ୍ଜଳିଙ୍କ ଦୁଃଖ ୨ଗୁଣ ହୋଇଗଲା। କାରଣ ବାପଘରେ ଖାଇବାକୁ ଖୁଦ ମୁଠେ ନ ଥିବାରୁ ଅଞ୍ଜଳିଙ୍କ ପକ୍ଷେ ଚଳିବା କଷ୍ଟକର ହୋଇପଡ଼ୁଛି। ତେବେ ଏହି ୨ ଯମଜ ନାତୁଣୀନାତିଙ୍କ ମୁହଁରେ ଆହାର ଦେବାକୁ ଚିନ୍ତା ଘାରିଛି। ଅପରପକ୍ଷରେ ଅଞ୍ଜଳିଙ୍କ ପୁଅ ବାମନ ଦାଦନ ଖଟିବାକୁ ବାହାରକୁ ଯାଇଛନ୍ତି। ହେଲେ ପୁଅ ସହ ଆଉ ଯୋଗାଯୋଗ ହୋଇପାରିନାହିଁ ବୋଲି ମା’ ଅଞ୍ଜଳି କହିଛନ୍ତି। ଅଞ୍ଜଳି ବହୁ କଷ୍ଟରେ ଚଳୁଥିବା ବେଳେ ୨ଯମଜ ଶିଶୁଙ୍କ ମୁହଁରେ ମୁଠାଏ ଆହାର ଦେବାକୁ ସକ୍ଷମ ନୁହନ୍ତି। ଅପରପକ୍ଷରେ ଦେଢ଼ବର୍ଷ ଶିଶୁର ଓଜନ ଅନୁସାରେ ଶାରୀରିକ ବିକଶିତ ହେଉ ନ ଥିବା ଦେଖିବାକୁ ମିଳୁଛି। ଏମାନେ ବର୍ଷେ ଧରି ଏଠାରେ ବସବାସ କରୁଥିଲେ ମଧ୍ୟ ସମନ୍ବିତ ଶିଶୁ ବିକାଶ ବିଭାଗ ପକ୍ଷରୁ କିପରି ଏଥିପ୍ରତି ଦୃଷ୍ଟି ପଡ଼ିଲା ନାହିଁ ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଯେଉଁ ସମୟରେ ୨ ଶିଶୁଙ୍କ ଶାରୀରିକ ବିକାଶ ପାଇଁ ପୁଷ୍ଟିକର ଖାଦ୍ୟ ଯଥା ଛତୁଆ, ଅଣ୍ଡା ଆଦିି ଆବଶ୍ୟକ ରହିଛି ତାହା ଏମାନଙ୍କ ନିକଟରେ ସାତ ସପନ ପାଲଟିଛି। ବାସି ପଖାଳକୁ ତୋରାଣିରେ ଚକଟି ଏହି ୨ ଶିଶୁଙ୍କୁ ଖାଦ୍ୟ ରୂପେ ଦିଆଯାଉଛି ବୋଲି ଆଈ ମା’ ଅଞ୍ଜଳି କହିଛନ୍ତି। ତୁରନ୍ତ ଏହି ଯମଜ ଶିଶୁଙ୍କୁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ସାମାଜିକ କର୍ମୀ ଲକ୍ଷ୍ମୀକାନ୍ତ ସ୍ବାଇଁ କହିଛନ୍ତି। ଏ ସମ୍ପର୍କରେ ସିଡିପିଓ କବିତା ମଲ୍ଲିକଙ୍କୁ ପଚାରିବାରେ ଏ ଖବର ନଜରରେ ନ ଥିଲା, ଶୁକ୍ରବାର ସୁପରଭାଇଜରଙ୍କୁ ପଠାଇ ତଦନ୍ତ କରାଯିବ। ତାଙ୍କ ରିପୋର୍ଟ ମିଳିବା ପରେ ଜିଲା କାର୍ଯ୍ୟାଳୟକୁ ଖବର ଦିଆଯିବ ବୋଲି ସେ କହିଛନ୍ତି। ଏ ସଂକ୍ରାନ୍ତରେ କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri