୨ ‘ଭି’, ୩ ‘ଟି’ ସୁରକ୍ଷା ଦେବ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):ଓଡ଼ିଶାର କରୋନା ପରିସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ମନୋଜ କୁମାର ସାହୁ କହିଛନ୍ତି, ଭାରତରେ ବିଗତ ୧୦ଦିନ ମଧ୍ୟରେ ସଂକ୍ରମଣ ସଂଖ୍ୟା ଦ୍ବିଗୁଣିତ ହେବା ସମସ୍ତଙ୍କର ଚିନ୍ତା ବଢାଇଛି। ସରକାର ଏକୁଟିଆ ଚାହିଁଲେ ଏ ଯୁଦ୍ଧ ଜିତିପାରିବେ ନାହିଁ। ଦ୍ୱିତୀୟ ଲହରରେ ଶୀଘ୍ର ଲକ୍ଷଣ ଆସୁଥିବା ଏବଂ ଶୀଘ୍ର ବିଭିନ୍ନ ଅଙ୍ଗ ପ୍ରତ୍ୟଙ୍ଗ ନଷ୍ଟ ହେଉଥିବାରୁ ମୁକାବିଲା ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି। ଏଥିସହିତ ସୁରକ୍ଷିତ ରହିବାକୁ ହେଲେ ଦୁଇଟି ‘ଭି’(Social Vaccine & Ventilation) ଓ ତିନୋଟି ‘ଟି’ (Testing, Tracking & Treatment)ର ମନ୍ତ୍ର ଦେଇଛନ୍ତି ଡା. ସାହୁ। ଅଧିକ ଟିକା ଉତ୍ପାଦନ ଓ ଟିକାକରଣକୁ ଗୁରୁତ୍ୱ ଦେଇ ସେ କହିଛନ୍ତି, ପ୍ରଥମ ଅପେକ୍ଷା ଦ୍ୱିତୀୟ ଲହରରେ ୧ ରୁ ୫ ବର୍ଷ ଶିଶୁଙ୍କୁ ଅଧିକ ସଂକ୍ରମଣ ହେଉଥିବାବେଳେ ଭାରତରେ ୨୦ ରୁ ୪୦ ବର୍ଷର ବ୍ୟକ୍ତି ମଧ୍ୟ ବହୁ ସଂକ୍ରମିତ ହେଉଛନ୍ତି। କିନ୍ତୁ ସରକାରଙ୍କ ଦ୍ୱାରା କିଛି ନିର୍ଦ୍ଦିଷ୍ଟ ବର୍ଗର ଲୋକଙ୍କୁ ଟିକାକରଣ କରାଯାଉଛି। କିନ୍ତୁ ଏହା ଯଥେଷ୍ଟ ନୁହେଁ। ବର୍ତ୍ତମାନ ଭାରତରେ ମାତ୍ର ୧.୧ପ୍ରତିଶତ ଲୋକଙ୍କୁ ଟିକାକରଣ କରାଯାଇପାରିଥିବାବେଳେ ସିରମ ଇନ୍‌ଷ୍ଟିଚ୍ୟୁଟ୍‌ ଏବଂ ଭାରତ ବାୟୋଟେକ୍‌ ଇନଷ୍ଟିଚ୍ୟୁଟ୍‌ ୨ଟି ସଂସ୍ଥା ଟିକା ପ୍ରସ୍ତୁତ କରାଉଛନ୍ତି। ସିରମ ଇନଷ୍ଟିଚ୍ୟୁଟ ଗୋଟିଏ ମାସରେ ୭୦ ମିଲିୟନ ଓ ଭାରତ ବାୟୋଟେକ ଇନଷ୍ଟିଚ୍ୟୁଟ୍‌ ୧୦ମିଲିୟନ ଟିକା ପ୍ରସ୍ତୁତ କରିପାରୁଛନ୍ତି। ମାତ୍ର ଆମକୁ ଦୈନିକ ୩୫ ଲକ୍ଷ ହାରରେ ମାସକୁ ୧୦ କୋଟି ଟିକାର ଆବଶ୍ୟକତା ରହିଛି। ତେଣୁ ସରକାର ଟିକା ପ୍ରସ୍ତୁତି ଏବଂ ଆମଦାନୀ ଉପରେ ଗୁରୁତ୍ୱ ଦେଇ ସବୁ ବର୍ଗର ଲୋକଙ୍କୁ ଟିକାକରଣ କରାଇବା ସମେତ ଦୁଇଟି ‘ଭି’ ଏବଂ ତିନୋଟି ‘ଟି’ ମାନି ଚାଲିଲେ ଆମେ ସଂକ୍ରମଣରୁ ରକ୍ଷା ପାଇପାରିବା ବୋଲି ଡା. ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri