ମୌଳିକ ସୁବିଧାରୁ ବଞ୍ଚିତ ୨ ଗ୍ରାମବାସୀ

ପୋଟେରୁ, ୨୩।୧୦(ସୌରଭ ମଣ୍ଡଳ): ପଛୁଆ ଅଞ୍ଚଳର ବିକାଶ ଲାଗି ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଯେଉଁଥିପାଇଁ ରାଜ୍ୟର ଅନେକ ଗ୍ରାମ ବିକାଶ ଦେଖିପାରିଛି। ତେବେ ରାଜ୍ୟ ସରକାର ପଛୁଆ ଅଞ୍ଚଳର ବିକାଶ ପାଇଁ ଯେତିକି ତତ୍ପରତା ଦେଖାଉଛନ୍ତି, କେତେକ ସ୍ଥାନରେ ସ୍ଥାନୀୟ ପ୍ରଶାସନ ସେତିକି ତତ୍ପରତା ଦେଖାଉ ନାହଁି, ଫଳରେ ଆଜି ମଧ୍ୟ ଅନେକ ଗ୍ରାମରେ ମୌଳିକ ସୁବିଧା ପହଞ୍ଚି ପାରୁନି। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା କାଲିମେଳା ବ୍ଲକ ଇତାଲଗୁଡ଼ା ଏବଂ ତମଗୁଡ଼ା ଗ୍ରାମରେ।
ସୂଚନା ଅନୁଯାୟୀ, ମାଲକାନଗିରି ଜିଲା କାଲିମେଳା ବ୍ଲକର ଦୁର୍ଗମ ଅଞ୍ଚଳରେ ରହୁଥିବା ୨ ଗ୍ରାମବାସୀ ଆଜି ମଧ୍ୟ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ଥିବା ଅଭିଯୋଗ କରିଛନ୍ତି। କାଲିମେଳା ବ୍ଲକ ଚିତ୍ରାଙ୍ଗପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ଇତାଲଗୁଡ଼ା ଗ୍ରାମରେ ଅନୁସୂଚିତ ଜନଜାତି ସମ୍ପ୍ରଦାୟର ୨୫ ପରିବାର ବସବାସ କରୁଛନ୍ତି। ସେହିପରି ତମଗୁଡ଼ା ଗ୍ରାମରେ ପାଖାପାଖି ୩୦ ପରିବାର ବସବାସ କରନ୍ତି । ହେଲେ ଗ୍ରାମବାସୀଙ୍କ ଅଭିଯୋଗ ହେଉଛି, ଏହି ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ, ବିଦ୍ୟାଳୟ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ଓ ପ୍ରାଥମିକ ଶିକ୍ଷା ଅପହଞ୍ଚ। ଏହି ଯୋଜନାଗୁଡିକ ଲୋକଙ୍କ ମୌଳିକ ସୁବିଧା ତଥା ଅଧିକାର ଅଟେ, ତେବେ ଏହି ମୌଳିକ ଅଧିକାର ଓ ଯୋଜନାରୁ ଗ୍ରାମବାସୀ ସମ୍ପୂର୍ଣ୍ଣ ବଞ୍ଚିତ ଥିବା ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଏହି ଗ୍ରାମରେ ଲୋକଙ୍କୁ ପକ୍କା ଘର ମିଳି ପାରୁ ନ ଥିବାରୁ ଅନେକ ଲୋକ ଆଜି ମଧ୍ୟ ଭଙ୍ଗା ଘରେ ରହୁଛନ୍ତି। ଏହା ବ୍ୟତୀତ ଶିକ୍ଷା ନିମନ୍ତେ ଅଞ୍ଚଳରେ ଅଙ୍ଗନଓ୍ବାଡି କେନ୍ଦ୍ର ଓ ବିଦ୍ୟାଳୟ ନ ଥିବାରୁ ପିଲାଏ ଶିକ୍ଷା ଅଧିକାରରୁ ବଞ୍ଚିତ ହେଉଛନ୍ତି।
ଏନେଇ ସ୍ଥାନୀୟ ଲୋକେ ବାରମ୍ବାର ବିଭିନ୍ନ ଜନ ପ୍ରତିନିଧି ଓ ଅଧିକାରୀଙ୍କ ଦୃଷ୍ଟିଆକର୍ଷଣ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳୁ ନାହି ବୋଲି ଅଭିଯୋଗ କରିଛନ୍ତି। ଏନେଇ କାଲିମେଳା ବିଡିଓ ପ୍ରଦୀପ କୁମାର କରଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଯଥାଶୀଘ୍ର ସେ ନିଜେ ଉକ୍ତ ଗ୍ରାମକୁ ଯାଇ ସମୀକ୍ଷା କରିବେ । ଲୋକଙ୍କ ପାଇଁ ସରକାରୀସ୍ତରରେ ଅନେକ ଯୋଜନା ରହିଛି, ତେଣୁ ଏହି ଅଞ୍ଚଳରେ ଯେଉଁ ସବୁ ସମସ୍ୟା ରହିଛି ସେଗୁଡିକୁ ଯଥା ଶୀଘ୍ର ସରକାରୀ ବ୍ୟବସ୍ଥା ଅନୁଯାୟୀ ସମାଧାନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri