୧୩ ହିଂସାକାଣ୍ଡରେ ଓ୍ବାଣ୍ଟେଡ୍‌ ଥିବା ୨ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ରାୟଗଡ଼ା ଅଫିସ,୨୪ା୩: ରାୟଗଡ଼ା ପୋଲିସ ନିକଟରେ ୨ ଦୁର୍ଦ୍ଦାନ୍ତ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମଙ୍କୁ ଓୟାମ୍‌ ଓରଫ ଜୟରାମ ଏବଂ ଲାଛୁ ମାଡ଼କାମ ଓରଫ ବିଶ୍ୱନାଥ। ମଙ୍କୁଙ୍କ ଘର ଛତିଶଗଡ଼ର ବିଜାପୁର ଜିଲା କାରେମାର୍କା ଗ୍ରାମରେ। ସେହିପରି ଲାଛୁଙ୍କ ଘର ଆଡ଼ିସମେଟ ଗ୍ରାମରେ। ଦୁହେଁ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଜିଲାରେ ମାଓବାଦୀ କାର୍ଯ୍ୟକଳାପରେ ସକ୍ରିୟ ଥିଲେ। ମଙ୍କୁ ରାୟଗଡ଼ା ଓ କଳାହାଣ୍ଡି ଜିଲାର ୫ ହିଂସାକାଣ୍ଡ ଏବଂ ଲାଛୁ ୮ ହିଂସାକାଣ୍ଡରେ ସମ୍ପୃକ୍ତ ଥିବା ଏସ୍‌ପି କହିଛନ୍ତି।
ସୂଚନାଯୋଗ୍ୟ, ମଙ୍କୁ ସିପିଆଇ(ମାଓବାଦୀ) ମାନିପୁର-ନୂଆପଡ଼ା ଡିଭିଜନର ସୁନାବେଡ଼ା ଏରିଆ କମିଟି ସଦସ୍ୟ ଥିଲେ। ୨୦୧୧ରେ ସେ ସଙ୍ଗଠନର ସଦସ୍ୟଭାବେ ସାମିଲ ହୋଇଥିଲେ। ସେହିପରି ଲାଛୁ କନ୍ଧମାଳ-କଳାହାଣ୍ଡି-ବୌଦ୍ଧ-ନୟାଗଡ଼(କେକେବିଏନ୍‌) ଡିଭିଜନ ରାହୁଲା କମିଟି ସଦସ୍ୟଭାବେ ୨୦୧୫ରେ ଯୋଗ ଦେଇଥିଲେ। ପରେ ସେ କେକେବିଏନ୍‌ ଏବଂ ବିଜିଏନ୍‌ ଡିଭିଜନର ବିଭିନ୍ନ ଏରିଆ କମିଟିରେ କାମ କରୁଥିଲେ। ମାଓବାଦୀ ସଙ୍ଗଠନରେ ବଢୁଥିବା ଅତ୍ୟାଚାର, ଖାଦ୍ୟ ଅଭାବ ଏବଂ ପୋଲିସର କୋମ୍ବିଂ ଅପରେଶନ ଯୋଗୁ ସଙ୍ଗଠନ ଛାଡ଼ିଥିବା ଦୁହେଁ ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ନିକଟରେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଲାଛୁଙ୍କ ନାମରେ ୧ ଲକ୍ଷ ଟଙ୍କା ଏବଂ ମଙ୍କୁଙ୍କ ନାମରେ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ହିଂସାର ରାସ୍ତା ଛାଡ଼ି ମୁଖ୍ୟସ୍ରୋତକୁ ଫେରିଥିବାରୁ ଥଇଥାନର ବ୍ୟବସ୍ଥା କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri