୧୩ ହିଂସାକାଣ୍ଡରେ ଓ୍ବାଣ୍ଟେଡ୍‌ ଥିବା ୨ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ରାୟଗଡ଼ା ଅଫିସ,୨୪ା୩: ରାୟଗଡ଼ା ପୋଲିସ ନିକଟରେ ୨ ଦୁର୍ଦ୍ଦାନ୍ତ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମଙ୍କୁ ଓୟାମ୍‌ ଓରଫ ଜୟରାମ ଏବଂ ଲାଛୁ ମାଡ଼କାମ ଓରଫ ବିଶ୍ୱନାଥ। ମଙ୍କୁଙ୍କ ଘର ଛତିଶଗଡ଼ର ବିଜାପୁର ଜିଲା କାରେମାର୍କା ଗ୍ରାମରେ। ସେହିପରି ଲାଛୁଙ୍କ ଘର ଆଡ଼ିସମେଟ ଗ୍ରାମରେ। ଦୁହେଁ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଜିଲାରେ ମାଓବାଦୀ କାର୍ଯ୍ୟକଳାପରେ ସକ୍ରିୟ ଥିଲେ। ମଙ୍କୁ ରାୟଗଡ଼ା ଓ କଳାହାଣ୍ଡି ଜିଲାର ୫ ହିଂସାକାଣ୍ଡ ଏବଂ ଲାଛୁ ୮ ହିଂସାକାଣ୍ଡରେ ସମ୍ପୃକ୍ତ ଥିବା ଏସ୍‌ପି କହିଛନ୍ତି।
ସୂଚନାଯୋଗ୍ୟ, ମଙ୍କୁ ସିପିଆଇ(ମାଓବାଦୀ) ମାନିପୁର-ନୂଆପଡ଼ା ଡିଭିଜନର ସୁନାବେଡ଼ା ଏରିଆ କମିଟି ସଦସ୍ୟ ଥିଲେ। ୨୦୧୧ରେ ସେ ସଙ୍ଗଠନର ସଦସ୍ୟଭାବେ ସାମିଲ ହୋଇଥିଲେ। ସେହିପରି ଲାଛୁ କନ୍ଧମାଳ-କଳାହାଣ୍ଡି-ବୌଦ୍ଧ-ନୟାଗଡ଼(କେକେବିଏନ୍‌) ଡିଭିଜନ ରାହୁଲା କମିଟି ସଦସ୍ୟଭାବେ ୨୦୧୫ରେ ଯୋଗ ଦେଇଥିଲେ। ପରେ ସେ କେକେବିଏନ୍‌ ଏବଂ ବିଜିଏନ୍‌ ଡିଭିଜନର ବିଭିନ୍ନ ଏରିଆ କମିଟିରେ କାମ କରୁଥିଲେ। ମାଓବାଦୀ ସଙ୍ଗଠନରେ ବଢୁଥିବା ଅତ୍ୟାଚାର, ଖାଦ୍ୟ ଅଭାବ ଏବଂ ପୋଲିସର କୋମ୍ବିଂ ଅପରେଶନ ଯୋଗୁ ସଙ୍ଗଠନ ଛାଡ଼ିଥିବା ଦୁହେଁ ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ନିକଟରେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଲାଛୁଙ୍କ ନାମରେ ୧ ଲକ୍ଷ ଟଙ୍କା ଏବଂ ମଙ୍କୁଙ୍କ ନାମରେ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ହିଂସାର ରାସ୍ତା ଛାଡ଼ି ମୁଖ୍ୟସ୍ରୋତକୁ ଫେରିଥିବାରୁ ଥଇଥାନର ବ୍ୟବସ୍ଥା କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri