ମରାମତି ପାଇଁ ୨ ସପ୍ତାହ

ଢେଙ୍କାନାଳ ଅଫିସ, ୭।୮: ମରଣଯନ୍ତା ପାଲଟିଥିବା ୫୫ନଂ. ଜାତୀୟ ରାଜପଥ କାମ ସରିବ କେବେ। କଟକ-ଢେଙ୍କାନାଳ-ଅନୁଗୋଳ-ସମ୍ବଲପୁର ଜିଲାବାସୀଙ୍କ ଜୀବନରେଖା ସାଜିଥିବା ଏହି ବ୍ୟସ୍ତବହୁଳ ସଡ଼କରେ କେବେ ହେବ ଯାତାୟାତ ସୁଗମ। ଜନ ଅସନ୍ତୋଷ ତୀବ୍ର ହେବା ପରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ଦାୟିତ୍ୱ ଠିକ୍‌ ଭାବେ ତୁଲାଇବେ ନା ସବୁଥର ପରି ପ୍ରତିଶ୍ରୁତି ପାଣିର ଗାର ପାଲଟିବ। ଏଭଳି ଅନେକ ପ୍ରଶ୍ନର ଉତ୍ତର ଅସମାହିତ ଥିବାବେଳେ ଶନିବାର ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହାଇଲେଭଲ ବୈଠକ ୪ ଜିଲାବାସୀଙ୍କ ମଧ୍ୟରେ ସଞ୍ଚାର କରିଛି ଆଶା। ଖାଲଖମାରେ ଭର୍ତ୍ତି ହୋଇ ଦୁର୍ଘଟଣାପ୍ରବଣ ହୋଇପଡ଼ିଥିବା ୫୫ନଂ. ଜାତୀୟ ରାଜପଥର ଆବଶ୍ୟକ ମରାମତି କାମ ୨ ମାସ ମଧ୍ୟରେ ଶେଷ ହେବ। ସେହିପରି ପ୍ୟାକେଜ୍‌-୧ ଓ ୨ କାମ ଜୁନ୍‌ ସୁଦ୍ଧା ଏବଂ ପ୍ୟାକେଜ୍‌-୩ କାର୍ଯ୍ୟ ୨୦୨୪ ମାର୍ଚ୍ଚ ସୁଦ୍ଧା ସାରିବା ଲାଗି ଲକ୍ଷ୍ୟ ରଖାଯାଇଛି ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଉତ୍ତରାଞ୍ଚଳ ରାଜସ୍ବ କମିଶନର। ଏହି କାର୍ଯ୍ୟରେ ଢେଙ୍କାନାଳ ଓ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯିବା ପରେ ଧିମେଇଥିବା ଏନ୍‌ଏଚ୍‌ କାର୍ଯ୍ୟ ଅଗ୍ରଗତି ହେବା ଲାଗି ବାଟ ଖୋଲିଛି।
ବୈଠକରେ ହୋଇଥିବା ଆଲୋଚନା ପର୍ଯ୍ୟାଲୋଚନାରୁ ଜଣାପଡ଼ିଛି ଯେ, ୫୫ନଂ. ଏନ୍‌ଏଚ୍‌ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ କରାଯାଉଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ପ୍ଲାନ ଏବଂ କାର୍ଯ୍ୟକ୍ରମ ନିର୍ଦ୍ଧାରଣ କରି ସମସ୍ତ କାର୍ଯ୍ୟ ଶେଷ କରିବା ପାଇଁ ଗାୟତ୍ରୀ ଠିକାସଂସ୍ଥା, ଏନ୍‌ଏଚ୍‌ଏଆଇ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ କୁହାଯାଇଛି। ଜନସାଧାରଣଙ୍କ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଯଥାସମ୍ଭବ ରାସ୍ତା ମରାମତି କରି ଯାନବାହନ ଚଳାଚଳ ଲାଗି ସୁବିଧା କରିବାକୁ ଠିକାସଂସ୍ଥା ଓ ଏନ୍‌ଏଚ୍‌ଏଆଇ ଅଧିକାରୀଙ୍କୁ କୁହାଯାଇଛି। ରାସ୍ତା ନିର୍ମାଣ କାର୍ଯ୍ୟ ଯେପରି ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ ହୋଇପାରିବ ସେଥିଲାଗି ଆବଶ୍ୟକ ସମସ୍ତ ସହଯୋଗ କରାଯିବ ବୋଲି ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ ଏବଂ ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଏନ୍‌ଏଚ୍‌ଏଆଇ ପ୍ରକଳ୍ପ ନିର୍ଦ୍ଦେଶକ ଏ. ଶ୍ରୀନିବାସ ରାଓ ପାଓ୍ବାର ପଏଣ୍ଟ ପ୍ରେଜେଣ୍ଟେଶନ ମାଧ୍ୟମରେ ରାସ୍ତା ଉନ୍ନତୀକରଣର ଅଗ୍ରଗତି ସମ୍ପର୍କରେ ତଥ୍ୟ ଉପସ୍ଥାପନା କରିଥିଲେ। ରାଜପଥ ସମ୍ପ୍ରସାରଣ ଶେଷ ହେବା ଲାଗି ସର୍ବାଧିକ ଗୁରୁତ୍ୱ ଦେବାକୁ ଏସ୍‌ପି ଏଲ୍‌. ଦିବ୍ୟା ଭି., ଏନ୍‌ଏଚ୍‌ଏଆଇ ସିଜିଏମ୍‌ ରାମ ପ୍ରସାଦ ପଣ୍ଡା ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ବୈଠକରେ ଢେଙ୍କାନାଳ ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶଚାନ୍ଦ ଗୋଗିନେନି, ସମ୍ବଲପୁର ଜିଲା ଅତିରିକ୍ତ ଜିଲାପାଳ ଉମାକାନ୍ତ ରାଜ, ଗାୟତ୍ରୀ ଠିକାସଂସ୍ଥା ବରିଷ୍ଠ ପରିଚାଳକ, ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, କଟକ ଜିଲା ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯୋଡୁଥିବା ୪ ଲେନ୍‌ବିଶିଷ୍ଟ ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ୨୦୧୮ରେ ଆରମ୍ଭ ହୋଇଥିଲା। ତେବେ ଠିକାସଂସ୍ଥା ଏବଂ ଏନ୍‌ଏଚ୍‌ଏଆଇର ମନମୁଖି କାର୍ଯ୍ୟ, ଠିକ୍‌ ଭାବେ ସମୀକ୍ଷା କରା ନ ଯିବାରୁ ଧାର୍ଯ୍ୟ ସମୟ ପାର୍‌ ହୋଇସାରିଥିଲେ ମଧ୍ୟ ରାସ୍ତା କାମ ଶେଷ ହୋଇପାରିନାହିଁ। ଦୁଇବର୍ଷ ହେଲା ଠିକାସଂସ୍ଥା କାମ ବନ୍ଦ କରି ରଖିଥିବାରୁ ଏହି ଗୁରୁତ୍ୱପୂର୍ଣ୍ଣ ସଡ଼କ ଖାଲଖମାରେ ଭର୍ତ୍ତି ହୋଇ ଶୋଚନୀୟ ହୋଇପଡ଼ିଛି। ଏହାକୁ ନେଇ ଶିଳ୍ପସମୃଦ୍ଧ ଅନୁଗୋଳ ଏବଂ ଢେଙ୍କାନାଳ ଜିଲାବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଉଭୟ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବା ପରେ ଘନ ଘନ ବୈଠକ କରି ସମସ୍ୟାର ସମାଧାନ ଲାଗି ଉଦ୍ୟମ ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?