ବନ୍ଧାହେଲେ ୨ ମହିଳା: ୬୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ବିଦ୍ୟାଧରପୁର ଗ୍ରାମର ମମତା ଦଳେଇଙ୍କୁ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଶୁକ୍ରବାର ସକାଳେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ତାଙ୍କ ନିକଟରୁ ୪୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ କରାଯାଇଛି। ଅବକାରୀ ମାମଲା ନଂ.୪୦/୨୫-୨୬ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତାଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି। ସକାଳ ପ୍ରାୟ ସାଢେ ୭ ଟାରେ ସିପାଦେଇ, ଅରଖପଦା, ଗୁମା,ବିଦ୍ୟାଧରପୁର ପ୍ରଭୃତି ଜନଜାତି ବହୁଳ ଗ୍ରାମଗୁଡ଼ିକରେ ଅବକାରୀ ଇନ୍ସପେକ୍ଟର ସଦଳବଳେ ପାଟ୍ରୋଲିଂ କରି ଫେରୁଥିବା ବେଳେ ବିଦ୍ୟାଧରପୁର ଗ୍ରାମର ମମତା ଦଳେଇ ତାଙ୍କ ଘର ବାରିପଟେ ସନ୍ଦେହଜନକ ଭାବେ ୨ଟି ପ୍ଲାଷ୍ଟିକ ଜାରକିନ ଲୁଚାଉଥିବାବେଳେ ମହିଳା କନେଷ୍ଟବଳ ସୁଚିତା ଡୁଙ୍ଗଡୁଙ୍ଗ ସେଠାରେ ପହଞ୍ଚି ଖାନତଲାସ କରିବାରୁ ୨ ଟି ଜାରକିନ ରେ ୪୦ ଲିଟର ଦେଶୀମଦ ଥିବା ଜଣାପଡିଥିଲା।

ଘଟଣାସ୍ଥଳରେ ସାକ୍ଷ୍ୟମାନଙ୍କ ଉପସ୍ଥିତିରେ ଜବତ ତାଲିକା ପ୍ରସ୍ତୁତ କରାଯାଇ ମଦକୁ ପରୀକ୍ଷା କରାଯିବା ପରେ ମମତାଙ୍କୁ ଦିଗପହଣ୍ଡି ଅବକାରୀ ଥାନାକୁ ଅଣାଯାଇଥିଲା। ସେ ଗାଁରେ ବିକ୍ରି ପାଇଁ ମଦ ରଖିଥିବା ସ୍ବୀକାର କରିବା ପରେ ତାଙ୍କୁ ଅବକାରୀ ଇନ୍ସପେକ୍ଟର ଗିରଫ କରିଥିଲେ ।

ସେହିପରି ଦିଗପହଣ୍ଡି ଅବକାରୀ ଓଆଇସି ଅନୀତା ପ୍ରଧାନ ସଦଳବଳେ ଶୁକ୍ରବାର ସକାଳ ପ୍ରାୟ ୬ଟାରେ ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତର ବିଭିନ୍ନ ଇଲାକାରେ ପାଟ୍ରୋଲିଂ କରୁଥିବାବେଳେ ଜନଜାତି ବହୁଳ ବଗଡ ଗାଁ ରାସ୍ତାକଡରୁ ଗ୍ରାମର ସୁକୁମାରୀ ଶବରଙ୍କ ନିକଟରୁ ଏକ ପ୍ଲାଷ୍ଟିକ ଜାରକିନରେ ଥିବା ୨୦ ଲିଟର ଦେଶୀମଦ ଜବତ କରିଥିଲେ। ଘଟଣାସ୍ଥଳରେ ସାକ୍ଷ୍ୟମାନଙ୍କ ଉପସ୍ଥିତିରେ ଜବତ ମଦ ପରୀକ୍ଷା କରାଯିବା ପରେ ତାଙ୍କୁ ଗିରଫ କରାଯାଇ ଅବକାରୀ ମାମଲା ନଂ.୯୬/୨୫-୨୬ ଅନୁଯାୟୀ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri