ବନ୍ଧୁଙ୍କ ମୃତ୍ୟୁ ଖବର ପାଇ ଦେଖିବାକୁ ଯାଇଥିଲେ, ୨ ମହିଳା ପାଲଟିଲେ ଶବ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଅନୁଗୋଳ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ପିଆଜ ବୋଝେଇ ଟ୍ରକ ସହ ଅଟୋ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ମହିଳା ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଦୁର୍ଗାପୁର ଗ୍ରାମର କାନ୍ତି ସାହୁ (୪୯) ଓ ଅନ୍ୟ ଜଣେ ମହିଳା ଜରପଡ଼ା ଗ୍ରାମର କୋକିଳ ସାହୁ (୫୧) ବୋଲି ଜଣାପଡିଛି।

ଘଟଣାରୁ ପ୍ରକାଶ, ଜରପଡ଼ା ଥାନା ଅଞ୍ଚଳର ୪ଜଣ ସମ୍ପର୍କୀୟ ମହିଳା ଏକ ଅଟୋରେ ଜଣେ ବନ୍ଧୁଙ୍କର ମୃତ୍ୟୁ ଖବର ପାଇ ସମବେଦନା ଜଣାଇବା ପାଇଁ ମହିଧରପୁର ଗ୍ରାମକୁ ଯାଇଥିଲେ। ସେଠାରୁ ବିଳମ୍ବିତ ରାତିରେ ଅଟୋରେ ନିଜ ଘରକୁ ଫେରୁଥିବା ବେଳେ ବିପରୀତ ଦିଗ ସମ୍ବଲପୁରରୁ ଅନୁଗୋଳ ଆସୁଥିବା ଏକ ପିଆଜ ବୋଝେଇ ଟ୍ରକ ଅଟୋକୁ ଧକ୍କା ଦେବା ସହିତ ରାଜପଥ ପାଶର୍‌ବକୁ ଓଲଟି ପଡ଼ିଥିଲା। ଫଳରେ ଅଟୋରେ ବସିଥିବା ଚାଳକଙ୍କ ସମେତ ୫ ଜଣ ଯାତ୍ରୀଙ୍କ ମଧ୍ୟରୁ ୨ ମହିଳା ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା ଏବଂ ଅନ୍ୟ ତିନିଜଣ ଗୁରୁତର ହୋଇଥିଲେ। ଖବର ପାଇ ଜରପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରମାନଙ୍କୁ ଚିକିତ୍ସା ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri