ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ଚାଲିଗଲା ଜୀବନ

ବଇଣ୍ଡା,୨୮।୮(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ଥାନା ଧଉରାପାଲିରେ ଏକ ହୃଦୟବିଦାରକ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ବଇଜା ଗ୍ରାମର ଆର୍ତତ୍ରାଣ ମିର୍ଦ୍ଧା ଏବଂ ବାମୁର ଗ୍ରାମରର ରୀନା ମହାର ବୋଲି ସୂଚନା ମିଳିଛି।
ଘଟଣାରୁ ଜଣାପଡିଛି ଯେ, ଓସ୍କାପାଲି ଅଞ୍ଚଳର ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଧଉରାପାଲି ଗ୍ରାମରେ ଜମି କିଣି ଘର ନିର୍ମାଣ କରୁଛନ୍ତି । ଏହି ଘର ନିର୍ମାଣ ଦାୟିତ୍ୱରେ ଥିବା ରାଜମିସ୍ତ୍ରୀ ଭାବରେ କାମ କରୁଥିବା ଆର୍ତ୍ତତ୍ରାଣଙ୍କୁ ଠିକା ଭାବରେ ଦିଆଯାଇଛି । ଘର ପାଖରେ ଏକ ପାଇଖାନା ଟାଙ୍କି ନିର୍ମାଣ କରାଯାଇଛି । ଉକ୍ତ ପାଇଖାନା ଟାଙ୍କିରେ ସେଟ୍ରିଙ୍ଗ ଖୋଲିବା ପାଇଁ ବୁଧବାର ସକାଳ ୮ଟାରେ ଆର୍ତ୍ତତ୍ରାଣଙ୍କ ସହ ମହିଳା ଶ୍ରମିକ ରୀନା ପାଇଖାନା ଟାଙ୍କି ଭିତରେ ପଶିଥିଲେ। ଅନ୍ୟ ଆଉ କିଛି ଶ୍ରମିକ ଘର କାମ କରୁଥିଲେ। ହେଲେ ଉଭୟ ୨ ଜଣ ପାଇଖାନା ଟାଙ୍କିରୁ ବର୍ଷା ଜଳ ଗୁଡିକ କାଢିବା ପାଇଁ ବ୍ୟବସ୍ଥା କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇଯାଇଥିଲେ। ଦୀର୍ଘ ୧ ଘଣ୍ଟା ହେବ ଉକ୍ତ ଟାଙ୍କିରୁ ନ ବାହାରିବା ପରେ କିଛି ଶ୍ରମିକ ଓ ଅବସରପ୍ରାପ୍ତ ଶିକ୍ଷକଙ୍କର ସମ୍ପର୍କୀୟମାନେ ଯାଇ ଦେଇବାରୁ ଉଭୟ ଅଚେତ ଅବସ୍ଥାରେ ଉକ୍ତ ଟାଙ୍କିରେ ପଡିଥିଲେ।
ଏ ନେଇ ବାମୁର ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ସୂଚନା ଦିଆଯାଇଥିଲା। ଖବର ପାଇଁ ବାମୁର ଅଗ୍ନିଶମ ବିଭାଗର ଏକ ଟିମ ପହଞ୍ଚି ଉଭୟଙ୍କୁ ଅଚେତ ଅବସ୍ଥାରେ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ସେଠାରେ କିଶୋରନଗର ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣା ଜଣାପଡିବା ପରେ କିଶୋରନଗର ଡାକ୍ତର ଖାନାରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ଖବର ପାଇ କିଶୋରନଗର ତହସିଲଦାର ମନୋଜ କୁମାର ପ୍ରଧାନ, କିଶୋରନଗର ଆଇଆଇସି ବିଭୁତି ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ପରେ କିଶୋରନଗର ତହସିଲଦାର ରେଡ କ୍ରସରୁ ଉଭୟ ପରିବାରକୁ ୧୦ ହଜାର ଟଙ୍କା ଲେଖାଏ ସାହାଯ୍ୟ ଯୋଗାଇ ଦେଇଛନ୍ତି । କିଶୋରନଗର ପୋଲିସ ଦୁଇଟି ମୃତଦେହ ଜବତ କରି ନମ୍ବର ୮/୨୦୨୪ ଓ ୯/୨୦୨୪ ରେ ଦୁଇଟି ଅପମୃତ ମାମଲା ରୁଜୁ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri