ପୋଡ଼ିହୋଇ ୨ ଶ୍ରମିକ ଗୁରୁତର

ଭଦ୍ରକ ଅଫିସ,୧୨।୪: ଭଦ୍ରକ ଜିଲାର ଏକ କମ୍ପାନୀରେ ମଙ୍ଗଳବାର ଫର୍ନେସ ଚାର୍ଜିଂ ବେଳେ ନିଅଁା ଲାଗି ୨ ଶ୍ରମିକ ଗୁରୁତର ହୋଇଛନ୍ତି। ଏଥିପାଇଁ ଅନ୍ୟ ଶ୍ରମିକ ଓ କର୍ମଚାରୀମାନେ କମ୍ପାନୀ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି କାର୍ଯ୍ୟବନ୍ଦ କରିଥିଲେ। ଏହାକୁ ନେଇ କମ୍ପାନୀ ଗେଟ୍‌ ବାହାରେ ଓ ଭିତରେ ଉତ୍ତେଜନା ପ୍ରକାଶ ପାଇବା ସହ ଭଙ୍ଗାରୁଜା କରାଯାଇଛି। ଉତ୍ତ୍ୟକ୍ତ ଲୋକେ କେତେକ ସିସିଟିଭି ସହ କାଚ ଭାଙ୍ଗି ଦେଇଛନ୍ତି। ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ, ଟାଉନ ଥାନା ଅଧିକାରୀ ଉମାଶଙ୍କର ନାୟକ, ଗ୍ରାମାଞ୍ଚଳ ଥାନାଧିକାରୀ ଅମିତାଭ ଦାଶଙ୍କ ସହ ୨୦ରୁ ଊର୍ଦ୍ଧ୍ୱ ଅଫିସର ଓ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିତ୍ଲେ। ପୋଲିସ କମ୍ପାନୀର ଜଣେ ଟେକ୍ନିକାଲ ଅଫିସରଙ୍କୁ ଥାନାକୁ ନେଇ ଅଟକ ରଖିବା ସହ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସ୍ଥିତି ନିୟନ୍ତ୍ରଣକୁ ଆସିଥିଲା।
ସୂଚନା ଅନୁଯାୟୀ, କମ୍ପାନୀର ଚାର୍ଜିଂ ଅପରେଟର କୋରଣ୍ଟ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସୂତାର ଓ ବରପଦାର ବିଜୟ ମହାପାତ୍ର ଦିନ ପ୍ରାୟ ୧ଟା ବେଳେ ଚାର୍ଜିଂ ପକାଇବା ବେଳେ କୌଣସି କାରଣରୁ ଫର୍ନେସ୍‌ରୁ ନିଅଁା ବାହାରି ସେମାନଙ୍କ ଦେହରେ ଲାଗିଯାଇଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପୋଡ଼ି ଯାଇଥିବା ରୋଗୀଙ୍କ ପାଇଁ ଶୀତତାପ ନିୟନ୍ତ୍ରଣ ବ୍ୟବସ୍ଥା ନ ଥିବାରୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଉଭୟଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରକାଶଥାଉ କି, କିଛିଦିନ ତଳେ ଉକ୍ତ ଫର୍ନେସ୍‌ରୁ ନିଅଁା ଲାଗି ଜଣେ ଶ୍ରମିକ ଗୁରୁତର ହୋଇଥିବା ବେଳେ ଦୁଇଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଥରେ ଦୁର୍ଘଟଣା ଘଟିବା ପରେ କମ୍ପାନୀ ପକ୍ଷରୁ ଏହାର କୌଣସି ପ୍ରତିକାର କରାଯାଇ ନ ଥିବାରୁ ପୁନର୍ବାର ଏଭଳି ଦୁର୍ଘଟଣା ଘଟିଲା ବୋଲି ଅଭିଯୋଗ କରି ଉତ୍ତେଜନା ଦେଖାଦେଇଥିଲା। ତେବେ ଘଟଣାସ୍ଥଳରେ ପରିସ୍ଥିତି ଉପରେ ନଜର ରଖାଯାଇଥିବା ସିଟି ଡିଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri