Odisha Elections 2024

ପୋଡ଼ିହୋଇ ୨ ଶ୍ରମିକ ଗୁରୁତର

ଭଦ୍ରକ ଅଫିସ,୧୨।୪: ଭଦ୍ରକ ଜିଲାର ଏକ କମ୍ପାନୀରେ ମଙ୍ଗଳବାର ଫର୍ନେସ ଚାର୍ଜିଂ ବେଳେ ନିଅଁା ଲାଗି ୨ ଶ୍ରମିକ ଗୁରୁତର ହୋଇଛନ୍ତି। ଏଥିପାଇଁ ଅନ୍ୟ ଶ୍ରମିକ ଓ କର୍ମଚାରୀମାନେ କମ୍ପାନୀ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି କାର୍ଯ୍ୟବନ୍ଦ କରିଥିଲେ। ଏହାକୁ ନେଇ କମ୍ପାନୀ ଗେଟ୍‌ ବାହାରେ ଓ ଭିତରେ ଉତ୍ତେଜନା ପ୍ରକାଶ ପାଇବା ସହ ଭଙ୍ଗାରୁଜା କରାଯାଇଛି। ଉତ୍ତ୍ୟକ୍ତ ଲୋକେ କେତେକ ସିସିଟିଭି ସହ କାଚ ଭାଙ୍ଗି ଦେଇଛନ୍ତି। ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ, ଟାଉନ ଥାନା ଅଧିକାରୀ ଉମାଶଙ୍କର ନାୟକ, ଗ୍ରାମାଞ୍ଚଳ ଥାନାଧିକାରୀ ଅମିତାଭ ଦାଶଙ୍କ ସହ ୨୦ରୁ ଊର୍ଦ୍ଧ୍ୱ ଅଫିସର ଓ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିତ୍ଲେ। ପୋଲିସ କମ୍ପାନୀର ଜଣେ ଟେକ୍ନିକାଲ ଅଫିସରଙ୍କୁ ଥାନାକୁ ନେଇ ଅଟକ ରଖିବା ସହ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସ୍ଥିତି ନିୟନ୍ତ୍ରଣକୁ ଆସିଥିଲା।
ସୂଚନା ଅନୁଯାୟୀ, କମ୍ପାନୀର ଚାର୍ଜିଂ ଅପରେଟର କୋରଣ୍ଟ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସୂତାର ଓ ବରପଦାର ବିଜୟ ମହାପାତ୍ର ଦିନ ପ୍ରାୟ ୧ଟା ବେଳେ ଚାର୍ଜିଂ ପକାଇବା ବେଳେ କୌଣସି କାରଣରୁ ଫର୍ନେସ୍‌ରୁ ନିଅଁା ବାହାରି ସେମାନଙ୍କ ଦେହରେ ଲାଗିଯାଇଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପୋଡ଼ି ଯାଇଥିବା ରୋଗୀଙ୍କ ପାଇଁ ଶୀତତାପ ନିୟନ୍ତ୍ରଣ ବ୍ୟବସ୍ଥା ନ ଥିବାରୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଉଭୟଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରକାଶଥାଉ କି, କିଛିଦିନ ତଳେ ଉକ୍ତ ଫର୍ନେସ୍‌ରୁ ନିଅଁା ଲାଗି ଜଣେ ଶ୍ରମିକ ଗୁରୁତର ହୋଇଥିବା ବେଳେ ଦୁଇଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଥରେ ଦୁର୍ଘଟଣା ଘଟିବା ପରେ କମ୍ପାନୀ ପକ୍ଷରୁ ଏହାର କୌଣସି ପ୍ରତିକାର କରାଯାଇ ନ ଥିବାରୁ ପୁନର୍ବାର ଏଭଳି ଦୁର୍ଘଟଣା ଘଟିଲା ବୋଲି ଅଭିଯୋଗ କରି ଉତ୍ତେଜନା ଦେଖାଦେଇଥିଲା। ତେବେ ଘଟଣାସ୍ଥଳରେ ପରିସ୍ଥିତି ଉପରେ ନଜର ରଖାଯାଇଥିବା ସିଟି ଡିଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri