୨ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ

ନୂଆପଡ଼ା,୭ା୪(ମକାରୁ ବେମାଲ)- ମାତ୍ର ୨ ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ ହୋଇପାରିଛନ୍ତି। ସେ ହେଲେ ନୂଆପଡ଼ା ଜିଲା ସିନାପାଲି ସହରର ହରେକୃଷ୍ଣ ମେହେର ଓ ତପସ୍ବିନୀ ମେହେରଙ୍କ ଶିଶୁପୁତ୍ର ଶିବାଂସ। ଶିବାଂସ ନିମିଷକେ ୧୪ ଗୋଟି ଅଙ୍ଗପ୍ରତ୍ୟଙ୍ଗ ନାମ, ପଶୁପକ୍ଷୀର ନାମ, ଇଂରାଜୀରେ ୭ ବାରର ନାମ, ୨୦ ଜଣ ସ୍ବାଧୀନତା ସଂଗ୍ରାମୀଙ୍କ ନାମ, ୪ ଦିଗର ନାମ,୧୨ ମାସର ନାମ, ୨୪ ଭେହିକଲ ନାମ, ୨୪ ପ୍ରଫେଶନ, ୧ରୁ ୩୦ ସଂଖ୍ୟା ଗଣନା, ୩ ଓଡ଼ିଆ ଗୀତ, ୫ ଋତୁ, ୩ ସଂସ୍କୃତ ଶ୍ଳୋକ, ବିଭିନ୍ନ ପଶୁର ନାମ ଇତ୍ୟାଦି ସ୍ପଷ୍ଟ ଭାବେ କହିପାରୁଛନ୍ତି। ସେହିଭଳି ୫ ଯୋଗାସନ କରିବା ସହିତ ଜାତୀୟ ସଙ୍ଗୀତ ଗାନ ଭଳି କାର୍ଯ୍ୟକଳାପ ଦେଖାଇ ୨୦୨୫ ଇଣ୍ଡିଆ ବୁକ୍‌ ଅଫ ରେକଡର୍‌ସରେ ନିଜର ସ୍ଥାନ ପକ୍କା କରିଛନ୍ତି। ମା’ବାପା ଏଥିରେ ଖୁସି ପ୍ରକଟ କରି ଆଗକୁ ଏସିଆ ବୁକ୍‌ ଅଫ୍‌ ରେକଡର୍‌ସ, ଗିନିଜ ବୁକ୍‌ ଅଫ ରେକଡର୍‌ସ ପାଇଁ ପ୍ରସ୍ତୁତି ଜାରି ରହିବ ବୋଲି କହିଛନ୍ତି। ଏହି ସଫଳତା ପରେ ପରିବାରକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଭବିଷ୍ୟତରେ ଜଣେ ପାଇଲଟ ହେବାର ତାଙ୍କ ଦୃଢ଼ ଇଚ୍ଛା ରହିଥିବା ଶିବାଂସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri