ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ୨ ବର୍ଷର ବାଳକ ଆର୍ଚିସମାନ

ବଡ଼ମ୍ବା,୧୧।୯(ସ୍ବ.ପ୍ର.): ଇଂଲିଶ୍‌ ଶବ୍ଦକୁ ଓଡ଼ିଆରେ ଅନୁବାଦ କରିବା ସହ ବିଭିନ୍ନ ଖାଦ୍ୟ ପଦାର୍ଥ ତଥା ଜିନିଷର ନାମକୁ ଇଂଲିଶ୍‌ରେ କହି ଇଣ୍ଡିଆ ବୁକ ଅଫ୍‌ ରେକର୍ଡରେ ସ୍ଥାନ ପାଇଛନ୍ତି ଜଣେ ୨ ବର୍ଷର ବାଳକ। ସେ ହେଲେ କଟକ ଜିଲା ବଡ଼ମ୍ବା ବ୍ଲକ ଅନ୍ତର୍ଗତ ଖୁଣ୍ଟୁକଟା ଗ୍ରାମର ମାନସ ରଞ୍ଜନ ନାୟକଙ୍କ ପୁଅ ଆର୍ଚିସମାନ ନାୟକ। କିଛିଦିନ ତଳେ ତାଙ୍କ ପାଖକୁ କୋରିଅର ମାଧ୍ୟମରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ୍‌ସର ସାର୍ଟିଫିକେଟ୍‌ ଏବଂ ପଦକ ଆସି ପହଞ୍ଚିଛି। ସେ ଇଂଲିଶ୍‌ର ଆଲ୍‌ଫାବେଟ୍‌ ସହ ୧୩୫ ଇଂଲିଶ୍‌ ଶବ୍ଦର ଓଡ଼ିଆ ଅନୁବାଦ, ଦେଶର ୨୮ ରାଜ୍ୟର ନାମ, ୭ କେନ୍ଦ୍ରଶାସିତ ଅଞ୍ଚଳ, ୨୪ ଜଣ ସ୍ବାଧୀନତା ସଂଗ୍ରାମୀଙ୍କ ନାମ, ୨୨ ସଙ୍ଗୀତ ବାଦ୍ୟଯନ୍ତ୍ର, ୭ ମହାଦେଶ, ୮ ଗ୍ରହ ସମେତ ବିଭିନ୍ନ ଫୁଲ, ପନିପରିବା, ପକ୍ଷୀ, ଗାଡି, ରଙ୍ଗ, ଶରୀରର ଅଙ୍ଗ, କମ୍ପ୍ୟୁଟରର ବିଭନ୍ନ ଯନ୍ତ୍ରାଂଶ ସମ୍ପର୍କରେ କହିପାରୁଛନ୍ତି। ପୁଅ ଏପରି ସଫଳତା ନେଇ ତାଙ୍କ ମା’ ଶୁଭଲକ୍ଷ୍ମୀ ନାୟକ, ଜେଜେ ମହେନ୍ଦ୍ର ନାୟକଙ୍କ ସମେତ ପରିବାରର ସମସ୍ତ ସଦସ୍ୟ ଗର୍ବ ଅନୁଭବ କରୁଥିବା କହିଛନ୍ତି। ଏନେଇ ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର ଆର୍ଚିସମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ତାଙ୍କୁ ବିଭିନ୍ନ ଅଞ୍ଚଳରୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri