କେନ୍ଦୁଝରର ୨ ଯୁବ ଭୂବୈଜ୍ଞାନିକ ରାଷ୍ଟ୍ରପତିଙ୍କ ଦ୍ବାରା ସମ୍ବର୍ଦ୍ଧିତ

ପାଟଣା ,୨୬ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲାର ୨ ଭୂତତ୍ତ୍ୱବିତ୍‌ ରାଷ୍ଟ୍ରୀୟ ଭୂ-ବିଜ୍ଞାନ ପୁରସ୍କାର ପାଇଛନ୍ତି। ଦେଶରେ ମୋଟ ୨୨ ଜଣ ଭୂତତ୍ୱବିତ ଏହି ପୁରଷ୍କାର ପଇଥିବା ବେଳେ କେନ୍ଦୁଝରରୁ ଶ୍ରଦ୍ଧାଞ୍ଜଳି ଶୁଭଦର୍ଶିନୀ ଓ ହରମନ ମହାନ୍ତ ଭୂବିଜ୍ଞାନ କ୍ଷେତ୍ରରେ ସେମାନଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ ହୋଇଛନ୍ତି। ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ତରଫରୁ ଶୁକ୍ରବାର ରାଷ୍ଟ୍ରପତି ଭବନର ସଂସ୍କୃତି ସଦନରେ ଅନୁଷ୍ଠିତ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରୀୟ ଭୁ-ବିଜ୍ଞାନ ପୁରସ୍କାର-୨୦୨୪ ପ୍ରଦାନ କରି ଉଭୟଙ୍କୁ ସମ୍ବର୍ଦ୍ଧିତ କରିଥିଲେ।
ପାଟଣା ବ୍ଲକ୍‌ ସ୍ବାମ ଶାସନର ମେଧାବୀ ଝିଅ ଶ୍ରଦ୍ଧାଞ୍ଜଳି ଶୁଭଦର୍ଶୀନୀଙ୍କୁ କୋଇଲା, ଲିଗନାଇଟ, କୋଇଲା ବେଡ୍‌ରେ ମିଥେନ ଅନୁସନ୍ଧାନ ଓ ଆବିଷ୍କାର କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମର୍ଯ୍ୟାଦା ଜନକ ପୁରଷ୍କାର ପାଇଛନ୍ତି। ଶ୍ରଦ୍ଧାଞ୍ଜଳି ବର୍ତ୍ତମାନ ଜିଓଲୋଜିକାଲ ସର୍ଭେ ଅଫ ଇଣ୍ଡିଆ ଓଡ଼ିଶା ଶାଖାର ଡାଇରେକ୍ଟର ଭାବେ ଅବସ୍ଥାପିତ ଅଛନ୍ତି। ସେ ସ୍ବାମ ଶାସନର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ମଦନ ମୋହନ ଦ୍ୱିବେଦୀ, ଅବସରପ୍ରାପ୍ତ ଶିକ୍ଷୟିତ୍ରୀ କୁମୁଦିନୀ କରଙ୍କ କନ୍ୟା ତଥା ରାଇସୁଆଁ ଗୋପିନାଥପୁର ଶାସନ ପେଟ୍ରୋଲିୟମ ଜିଓ ଲୋଜିଷ୍ଟ ଶିବଦତ୍ତ ମହାପାତ୍ରଙ୍କ ସ୍ତ୍ରୀ। ସଫଳତା ପାଇଁ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ରର ନାୟକ, ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ, ପୂର୍ବତନ ପାଟଣା ବ୍ଲକ୍‌ ଅଧ୍ୟକ୍ଷ ଈଂ. ବିଦ୍ୟାଧର ଦାଶ, ପାଟଣା ବିଧାୟକଙ୍କ ପ୍ରତିନିଧି କମଳାକାନ୍ତ ଦାଶ, ଶିଳ୍ପପତି ବିବେକାନନ୍ଦ ଦାଶ, ଏମ୍‌ପିଙ୍କ ବ୍ଲକ୍‌ ପ୍ରତିନିଧି ପ୍ରହଲ୍ଲାଦ ପଲେଇ ପ୍ରମୁଖ ଶୁଭେଛା ଜଣାଇଛନ୍ତି। ସେହିଭଳି ଚମ୍ପୁଆ ବ୍ଲକ୍‌ ବାରିଆ ଗ୍ରାମର ହରମୋହନ ମହାନ୍ତ ବାରିଆର ଅବସରପ୍ରାପ୍ତ ଶିକ୍ଷକ କଳାକର ମହାନ୍ତ ଓ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ନର୍ମଦା ମହାନ୍ତଙ୍କ ପୁତ୍ର ଅଟନ୍ତି। ସେ ବର୍ତ୍ତମାନ ସିନିଅର ଜିଓଲୋଜିଷ୍ଟ ଭାବେ ଜିଓଲୋଜିକାଲ ସର୍ଭେ ଅଫ ଇଣ୍ଡିଆ ଭୁବନେଶ୍ୱରଠାରେ କାର୍ଯ୍ୟରତ। ମୟୂରଭଞ୍ଜ ଜିଲାରେ ତମ୍ବା ଆବିଷ୍କାର ନିମନ୍ତେ ସେ ଏହି ସମ୍ମାନସ୍ପଦ ସମ୍ମାନ ପାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri