ମହିଳାଙ୍କୁ ଅସଦାଚରଣ କରି କାଠ ଫାଳିଆରେ ଆକ୍ରମଣ: ବନ୍ଧା ହେଲେ ୨ ଯୁବକ

ବ୍ରହ୍ମପୁର ଅଫିସ,୨୯ା୭: ସମାଜରେ ମହିଳାଙ୍କ ପ୍ରତି ହିଂସା ଏବଂ ଦୁର୍ବ୍ୟବହାର ଭଳି ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜଣେ ମହିଳାଙ୍କୁ ଅସଦାଚରଣ କରି ଆକ୍ରମଣ କରିଥିବା ଅଭିଯୋଗରେ ସଦର ଥାନା ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ କେ. ଶିବଶଙ୍କର ପାତ୍ର(୧୯) ଏବଂ କେ. କାଳିଆ ପାତ୍ର (୨୪)। ଏନେଇ ପୋଲିସ ଏକ ମାମଲା (ନଂ.୩୩୨/୨୨) ରୁଜୁ କରି ଅଭିଯୁକ୍ତ ଦ୍ୱୟଙ୍କୁ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି।

ଅଭିଯୋଗ ମୁତାବକ, ମହିଳାଙ୍କୁ ଦୁଇ ଅଭିଯୁକ୍ତ ବିଭିନ୍ନ ସମୟରେ ଅଶ୍ଳୀଳ କମେଣ୍ଟ କରୁଥିଲେ। ଏପରିକି ମହିଳାଙ୍କୁ ଫୋନ କରି ଦୁର୍ବ୍ୟବହାର କରୁଥିଲେ। ଗୁରୁବାର ମହିଳା ଜଣଙ୍କ ବଜାରରୁ ଘରକୁ ଫେରିବା ବେଳେ ରାସ୍ତାରେ ସମ୍ପୃକ୍ତ ଯୁବକ ଦ୍ୱୟ ତାଙ୍କୁ ଅଟକାଇ ଟଣାଓଟରା କରିଥିଲେ। ମହିଳା ଜଣଙ୍କ ଏହାର ପ୍ରତିବାଦ କରିବାରୁ ଯୁବକ ଦ୍ୱୟ ଏକ କାଠ ଫାଳିଆରେ ଆକ୍ରମଣ କରିଥିଲେ। ଏନେଇ ମହିଳା ଜଣକ ସଦର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ କରି ଦୁଇ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଥିଲା। ପୋଲିସ ମାମଲାର ତଦନ୍ତ ଜାରି ରଖିଛି। ଘଟଣାରେ ଯେଉଁମାନେ ସମ୍ପୃକ୍ତ ଥିବେ ତାଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri