ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ପୋଲିସ, ରାଜ୍ୟ ଅଗ୍ନିଶମର ଦମକଳ ବାହିନୀ ଓ ଓଡ୍ରାଫ ଟିମ ପଂହଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ।

ପ୍ରାୟ ୨ ଘଣ୍ଟାର ଖୋଜାଖୋଜି ପରେ ଯୁବକ ଦ୍ୱୟଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତକ ମାନେ ହେଉଛନ୍ତି ପ୍ଲାଂଟସାଇଟ ଥାନା ଅନ୍ତର୍ଗତ ରାଉରକେଲା ପାୱାର ହାଉସ ଲାଲ ବିଲଡିଂର ରାଜକୁମାର ମହତୋ(୨୦) ଓ ଛେଣ୍ଡ ଥାନା ଅନ୍ତର୍ଗତ ଛେଣ୍ଡ କଲୋନୀର ଜରୟୁବ ଖାନ(୨୦)।

କିଛି ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ଅପରାହ୍ନରେ ୪-୫ ଜଣ ଛାତ୍ର ଉକ୍ତ ଡ୍ୟାମ୍‌କୁ ଗାଧୋଇବାକୁ ଆସିଥିଲେ । ସେଥିରୁ କିଛି ଗାଧୋଇବାକୁ ଗଭୀର ଜଳକୁ ଆସିଥିଲେ। ପ୍ରାୟ ୩ ଜଣ ଯୁବକ ଗାଧୋଉଥିବା ବେଳେ ଉକ୍ତ ଯୁବକ ମାନେ ବୁଡିବାକୁ ଲାଗିଥିଲେ।

ସ୍ଥାନୀୟ ଲୋକ ଜଣଙ୍କୁ ବଂଚାଇବାରେ ସକ୍ଷମ ହୋଇଥିଲେ। ବର୍ତ୍ତି ଯାଇଥିବା ଉକ୍ତ ଯୁବକ ହେଉଛନ୍ତି ଛେଣ୍ଡ ଅଂଚଳର ଭବେଶ ପ୍ରସାଦ(୧୯)। ଉଦ୍ଧାର ମୃତଦେହକୁ ରାଉରକେଲା ସରକାରୀ ଡାକ୍ତରଖାନା ମର୍ଗ ହାଉସରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri