ଭାଜପା ପ୍ରାର୍ଥୀଙ୍କଠାରୁ ୫ ଲକ୍ଷ ଦାବିକଲେ ୨ ଯୁବକ

ଖୋର୍ଦ୍ଧା,୧୫ା୫(ପ୍ରଭାତ ପାଣିଗ୍ରାହୀ):ପୁରୀ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ଭାଜପା ପ୍ରାର୍ଥୀଙ୍କ ବାଇକ୍‌ ଶୋଭାଯାତ୍ରା ଚାଲିଥିବା ବେଳେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବ୍ରଜରାଜପୁର ଗ୍ରାମଠାରେ ଦୁଇଜଣ ଯୁବକ ହଠାତ୍‌ ପ୍ରଚାର ଗାଡ଼ିକୁ ଅଟକାଇବା ସହ ଲୋକ ସଭା ପ୍ରାର୍ଥୀ ଓ ବିଧାନସଭା ପ୍ରାର୍ଥୀଙ୍କୁ ୫ଲକ୍ଷ ଟଙ୍କା ବଟି ଦେବା ପାଇଁ ଦାବି କରିଥିଲେ। ଏନେଇ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା। ପୋଲିସର ହସ୍ତକ୍ଷେପ ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା।
ସୂଚନା ମୁତାବକ, ଡୁଙ୍ଗାମାଳ ପଞ୍ଚାୟତର ବ୍ରଜରାଜପୁର ଗ୍ରାମ ଅଭିମୁଖେ ଲୋକ ସଭା ପ୍ରାର୍ଥୀ ଡା.ସମ୍ବିତ ପାତ୍ର ଓ ବିଧାନସଭା ଭାଜପା ପ୍ରାର୍ଥୀ ପୃଥ୍ବୀରାଜ ହରିଚନ୍ଦନ କର୍ମୀଙ୍କ ସହ ବାଇକ୍‌ ଶୋଭାଯାତ୍ରାରେ ଯାଉଥିଲେ। ବ୍ରଜରାଜପୁର ଗ୍ରାମର ଦୁଇଜଣ ଯୁବକ ହଠାତ୍‌ ଶୋଭାଯାତ୍ରା ବନ୍ଦ କରିବାକୁ ଧମକ ଦେବା ସହ ଗାଳିଗୁୁଲଜ କରିଥିଲେ। ଏପରିକି ଗାଁ ଭିତରକୁ ଗଲେ ୫ଲକ୍ଷ ଟଙ୍କା ଦେବାକୁ ପଡିବ ବୋଲି ଦାବି କରିଥିଲେ। ଏନେଇ ଭାଜପା ସମର୍ଥକମାନେ ବିରୋଧ କରିବାରୁ ବଚସା ହୋଇଥିଲା। ଖବରପାଇ ନାଭାଲ ଫାଣ୍ଡି ଅଧିକାରୀ ପହଞ୍ଚତ୍ ବୁଝୁଶୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା। ଏହି ଘଟଣାକୁ ନେଇ ଡୁଙ୍ଗମାଳ ପଞ୍ଚାୟତର ଭାଜପା ସଭାପତି ଅର୍ଜ୍ଜୁନ ସାହୁ ସମ୍ପୃକ୍ତ ଯୁବକଦ୍ୱୟଙ୍କ ବିରୋଧରେ ନାଭାଲ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ଫାଣ୍ଡି ଅଧିକାରୀ ରବୀନ୍ଦ୍ରନାଥ ଗୌଡ କହିଛନ୍ତି, ଘଟଣା ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଛି। ତେବେ ଘଟଣାର ତଦନ୍ତ ଜାରି ରହିଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri