ବିଦ୍ୟାଳୟରେ ପଶି କୁନି ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିଲେ ୨ ଯୁବକ: ପୋଲିସର କାର୍ଯ୍ୟାନୁଷ୍ଠାନରେ ତେଜିଲା ଅସନ୍ତୋଷ

ଗଞ୍ଜାମ, ୧୧।୧୧(ଅଖିଳ ତରାଇ): ରମ୍ଭା ସହରର ଲକ୍ଷ୍ମୀପୁର ସେବାଶ୍ରମ ବିଦ୍ୟାଳୟରେ ଅବାଧ ପ୍ରବେଶ କରି କୁନି ଛାତ୍ରୀଛାତ୍ରମାନଙ୍କୁ ମାରପିଟ୍‌ କରିବା ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣାରେ ଦୁଇ ଯୁବକଙ୍କ ନାମରେ ମାମଲା ରୁଜୁ ହୋଇଛି। କିନ୍ତୁ ପୋଲିସର ତ୍ୱରିତ ଛାଡ଼ିବା ନୀତି ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ାଇଛି। ଘଟଣା ଅନୁଯାୟୀ, ଗତ ଶୁକ୍ରବାର ଅପରାହ୍ନ ସମୟରେ ବିଦ୍ୟାଳୟର ଖେଳ ପିରିୟଡ ଚାଲିଥିବା ବେଳେ ୬ ଜଣ ନାବାଳିକା ଛାତ୍ରୀଛାତ୍ରଖେଳ ପଡ଼ିଆରେ ଖେଳୁଥିଲେ। ହଠାତ୍‌ ଲକ୍ଷ୍ମୀପୁର ଗ୍ରାମର ରାମ ବେହେରା ଓ ରିଙ୍କୁ ବେହେରା ନାମକ ଦୁଇ ଯୁବକ ବିଦ୍ୟାଳୟ ପରିସରରେ ଅବାଧରେ ପ୍ରବେଶ କରି ଛାତ୍ରୀଛାତ୍ରଙ୍କୁ ଖେଳୁଥିବା ସମୟରେ ଡାକି ଆଣି ମାରପିଟ୍‌ କରିଥିଲେ। ଏହି ଘଟଣାରେ ଛାତ୍ରୀଛାତ୍ର ତୁରନ୍ତ ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଜଣାଇଥିଲେ। ପ୍ରଧାନଶିକ୍ଷକ ବିଦ୍ୟାଳୟ ପରିଚାଳନା କମିଟିକୁ ଅବଗତ କରାଇଥିଲେ।

କମିଟି ପକ୍ଷରୁ ଶନିବାର ଏକ ବୈଠକ କରାଯାଇଥିଲା ଏବଂ ଅଭିଯୁକ୍ତମାନଙ୍କୁ ଡକାଯାଇଥିଲା, କିନ୍ତୁ ସେମାନେ ଉପସ୍ଥିତ ହୋଇନଥିଲେ। ଏହାପରେ କମିଟି ସଦସ୍ୟ, ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ରମ୍ଭା ଥାନାରେ ଏକ ଲିଖିତ ଅଭିଯୋଗ ଦାଖଲ କରିଥିଲେ। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କୁ ଗିରଫ କରି ଧାରା ୪୧(ଏ) ଅନୁଯାୟୀ ସେମାନଙ୍କୁ ତୁରନ୍ତ ମୁକ୍ତ କରି ଦିଆଯାଇଥିଲା। ଏହି ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ଜଣେ ଛାତ୍ରୀର ପିତା ବସନ୍ତ ବେହେରା ଗଞ୍ଜାମର ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟିଙ୍କୁ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ତତ୍ପରତା ପ୍ରଦର୍ଶନ କରିଥିବା କୁହାଯାଉଛି। ଥାନାର ଏଏସ୍‌ଆଇ ପ୍ରଭାତ କୁମାର ବାଲିକାନା କହିଛନ୍ତି ଯେ, ଛାତ୍ରୀମାନଙ୍କ ବୟାନ ମାଜିଷ୍ଟ୍ରେଟଙ୍କ ଆଗରେ ରେକର୍ଡ କରାଯାଇଛି ଏବଂ ଆଇନ ଅନୁଯାୟୀ ପଦକ୍ଷେପ ନିଆଯାଉଛି। ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆଇନଗତ ହେବ।
ଅଭିଭାବକମାନେ ଅଭିଯୁକ୍ତମାନଙ୍କୁ ଖୋଲାଖୋଲି ବୁଲୁଥିବା ଅଭିଯୋଗ କରିଛନ୍ତି। ଅଭିଭାବକ ବସନ୍ତ ବେହେରା କହିଛନ୍ତି, ଏଭଳି ସମ୍ବେଦନଶୀଳ ମାମଲାରେ ଅଭିଯୁକ୍ତଙ୍କୁ ତୁରନ୍ତ ମୁକ୍ତ କରିବା ଅନ୍ୟାୟ। ବିଦ୍ୟାଳୟ ଭଳି ସୁରକ୍ଷିତ ସ୍ଥାନରେ ଏହିପରି ଘଟଣା ଗୁରୁତର ଅପରାଧ।” ରମ୍ଭା ଅଞ୍ଚଳବାସୀ ଏହି ଘଟଣାକୁ ତୀବ୍ର ନିନ୍ଦା କରିଥିବା ବେଳେ ସେବାଶ୍ରମର କୁନି ଛାତ୍ରୀଛାତ୍ରମାନଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଘଟଣା ବିଦ୍ୟାଳୟଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ ପୁନର୍ବାର ଯାଞ୍ଚ କରିବାର ଆବଶ୍ୟକତା ସୂଚାଉଛି। ପୋଲିସ ପକ୍ଷରୁ ଅଧିକ ତଦନ୍ତ ଚାଲୁ ରହିଥିବା କୁହାଯାଉଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri