ନାଳରେ ଭାସିଗଲେ ୨ ଯୁବକ

ଦିଗପହଣ୍ଡି,୨୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାଙ୍ଗରଡ଼ା ଗ୍ରାମ ପାଶର୍‌ବ ଦେଇ ଯାଇଥିବା ରାଉତରାୟ ନାଳକୁ ମଙ୍ଗଳବାର ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ୨ ଜଣ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଗନ୍ନାଥ ସେଠୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟଜଣେ ଯୁବକ ବଳରାମ ଡାକୁଆ ନିଖୋଜ ଅଛନ୍ତି। ଗ୍ରାମର ଜଗନ୍ନାଥ, ଟୁକୁନା ଚୌଧୁରୀ ଏବଂ ବଳରାମ ୩ ଜଣ ସାଙ୍ଗ ହୋଇ ରାଉତରାୟ ନାଳକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଉଥିବା ବେଳେ ଅସାବଧାନତା କାରଣରୁ ପାଣିର ପ୍ରଖର ସ୍ରୋତରେ ପ୍ରଥମେ ଜଗନ୍ନାଥ ଭାସି ଯାଇଥିଲେ। ଏହା ଦେଖି ନାଳ ହିଡ଼ରେ ଠିଆ ହୋଇଥିବା ବଳରାମ ତାଙ୍କୁ ଉଦ୍ଧାର କରିବାକୁ ପାଣିକୁ ଡେଇଁ ପଡ଼ିଥିଲେ। ପାଣିର ପ୍ରଖର ସ୍ରୋତରେ ସେ ମଧ୍ୟ ଭାସି ଯାଇଥିଲେ। ପାଖରେ ଥିବା ଟୁକୁନା ନାଳର ଗଭୀର ଜଳରୁ ଜଗନ୍ନାଥଙ୍କୁ ଉଦ୍ଧାର କରିଥିବା ବେଳେ ବଳରାମଙ୍କୁ ଉଦ୍ଧାର କରିପାରିନଥିଲେ। ଖବର ପାଇ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଥିବା ଜଗନ୍ନାଥଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସରପଞ୍ଚ ପ୍ରତିନିଧି ଶିବରାମ ପ୍ରଧାନ ପହଞ୍ଚି ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚାଲୁରଖିଥିବା ବେଳେ ବଳରାମଙ୍କ ପତ୍ତା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri