ପିକ୍‌ଅପ୍‌ ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

କୋକସରା,୬।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହାଜନଗୁଡା ସିଉନି ଗାଁ ୨୬ ନଂ. ଜାତୀୟ ରାଜପଥ ରାସ୍ତା ମଝିରେ ରବିବାର କାକୁଡି ବୋଝେଇ ପିକଅପ୍‌ ଧକ୍କାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ଭବାନୀପାଟଣା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ୨ଯୁବକ ହେଲେ ମୋଟେର ପଞ୍ଚାୟତ କୁସୁମଖୁଣ୍ଟି ବାଟିଗୁଡାର ଦୁର୍ଯ୍ୟୋଧନ ଧଙ୍ଗଡା ମାଝି (୨୧) ଓ ଚିଣ୍ଟୁ ବାଗ (୨୩)। ଭବାନୀପାଟଣା ଓ କୋକସରା ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗ ହସ୍ତାନ୍ତାର କରାଯାଇଛି। ଅନ୍ୟପକ୍ଷେରେ ସୋମବାର ପରିବାରବର୍ଗ ଏବଂ ସମ୍ପର୍କୀୟମାନେ ୪ ଲକ୍ଷ କ୍ଷତିପୂରଣ ଦାବିରେ ଦୁଇ ମୃତଦେହ ମୋଟେର ଛକରେ ରଖି ରାସ୍ତା ଅବରୋଧ କରିଥିଲେ। ଅପରାହ୍ନ ୩ଟାରୁ ରାସ୍ତା ଅବରୋଧ ଯୋଗୁ ଭବାନୀପାଟଣା ଜୟପୁର ମୁଖୀଗୁଡା ମଧ୍ୟରେ ଗାଡି ଚଳାଚଳ ବ୍ୟାହତ ହୋଇଥିଲା।
ଖବରପାଇ ଘଟଣାସ୍ଥଳରେ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରୀ ଧିରଜ କୁମାର ଚୋପଦାର, ଆମପାଣି ଥାନାଧିକାରୀ ଚତୁର୍ଭୁଜ ନାଏକ, କୋକସରା ଥାନାଧିକାରୀ ପ୍ରସନ୍ନ କୁମାର ବେହେରା ଓ ପୋଲିସ କର୍ମଚାରୀ ପହଞ୍ଚି ସ୍ଥିତି ଉପରେ ନଜର ରଖିବା ସହ ବୁଝାଶୁଝା ଜାରି ରଖିଥିଲେ। ଘଟଣା ସମ୍ପର୍କରେ ଖବର ପାଇ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ପହଞ୍ଚତ୍ ଦୁଇ ମୃତକ ପରିବାର ସହ ଆଲୋଚନା କରିଥିଲେ। ଉଭୟ ପରିବାରକୁ ଗାଡି ମାଲିକ ପକ୍ଷରୁ କ୍ଷତିପୂରଣ ବାବଦରେ ୬୦ ହାଜର, ରେଡ଼କ୍ରସରୁ ୨୦ ହଜାର ଓ ବ୍ଲକ ଉପାଧ୍ୟକ୍ଷ ୨୦ ହଜାର ମୋଟ ୧ ଲକ୍ଷ ଲେଖାଏ ୨ ମୃତକ ପରିବାରକୁ କ୍ଷତିପୂରଣ ଦେବା ପାଇଁ ପ୍ରତିଶ୍ରୁତି ଦେବା ସହ ଦୁର୍ଘଟଣା ଜନିତ ମୃତ୍ୟୁରେ ବୀମା ରାଶି ପାଇଁ ବ୍ୟବସ୍ଥା କରାଯିବା ନେଇ କହିବା ପରେ ରାସ୍ତା ଅବରୋଧ ଅପରାହ୍ନ ୫ଟାରେ ହଟିଥିଲା। ୨ ଘଣ୍ଟା ଜାତୀୟ ରାଜପଥ ଅବରୋଧ ଯୋଗୁ ରାସ୍ତାର ଦୁଇ କଡ଼ରେ ଅନେକ ଗାଡିମୋଟର ଅଟକି ରହିଥିଲା। ଦୁର୍ଘଟଣା ଘଟାଇଥିବା ଗାଡି ଓ ଡ୍ରାଇଭରଙ୍କୁ କୋକସରାରେ ପୋଲିସ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri