ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ୨ ଯୁବକଙ୍କ ଜୀବନ, ଜାତୀୟ ରାଜପଥ ଅବରୋଧ କଲେ ଲୋକେ

ରେଢ଼ାଖୋଲ,୨୭ା୧୨(ଅଚ୍ୟୁତାନନ୍ଦ ପୁରୋହିତ): ରେଢ଼ାଖୋଲ ସହର ଉପକଣ୍ଠସ୍ଥ ୫୫ ନଂ ଜାତୀୟ ରାଜପଥର ଏକ ରେଷ୍ଟୁରାଣ୍ଟ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ରେଢ଼ାଖୋଲ ସହର ଖନ୍ଦାଢିପର ଶୁଭେନ୍ଦୁ ସାହୁ (୨୨)ଓ ରଥସାହିର ଶ୍ୟାମସୁନ୍ଦର ଭିତିରିଆ (୨୩) ବୋଲି ଜଣାପଡ଼ିଛି। ଉଭୟେ ଏକ ବୁଲେଟ୍‌ରେ ଫରେଷ୍ଟ ପାର୍କରୁ ଫେରୁଥିବା ବେଳେ ରେଷ୍ଟୁରାଣ୍ଟ ନିକଟରେ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଥିଲା। ବୁଲେଟ୍‌ଟି ରାସ୍ତାରୁ ଦୂରରେ ପଡ଼ିଥିବା ବେଳେ ଯୁବକ ଦ୍ବୟଙ୍କ ମୃତଦେହ ରାସ୍ତା ଉପରେ ପଡ଼ିରହିଛି। ଉଭୟଙ୍କୁ ଗାଡ଼ି ଚାପିଦେଇ ଦେଇଥିବା ଯୋଗୁ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଯାଇଛି। ଦୁର୍ଘଟଣାରେ ୨ଯୁବକଙ୍କ ମୃତ୍ୟୁ ଘଟଣାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା ବେଳେ ଦୁର୍ଘଟଣାସ୍ଥଳରେ ସହରର ଶହ ଶହ ଲୋକେ ପହଞ୍ଚିଥିଲେ। ଘଟଣାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ସହର ମଧ୍ୟଦେଇ ଯାଇଥିବା ୫୫ ନଂ ଜାତୀୟ ରାଜପଥର ଏବିସି ରେଷ୍ଟୁରାଣ୍ଟ ସମ୍ମୁଖରେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ରେଢାଖୋଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରୁଛି। ଖବର ଲେଖା ହେବା ସୁଦ୍ଧା ଅବରୋଧ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?