୨ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପ୍ରତିବାଦ କରିବାରୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ୨ ଜଣ ଯୁବକ ବାଇକରେ ଆସି ପ୍ରାୟ ୨ ଘଣ୍ଟା ଧରି ଉତ୍ପାତ ଚଳାଇଥିଲେ। ଖବର ପାଇ ଦାରିଙ୍ଗବାଡ଼ି ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ବାଇକ ସହ ସେମାନଙ୍କୁ ଥାନାକୁ ନେଇଥିବା ଜଣାପଡ଼ିଛି। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନାହିଁ। ପ୍ରକାଶ ଯେ, ଶୁକ୍ରବାର ଅପରାହ୍ନରେ ଏକ ବାଇକରେ ୨ ଯୁବକ ଆସି ପଞ୍ଚାୟତ କାର୍ଯ୍ୟାଳୟ ନିକଟ ୫୯ ନଂ. ଜାତୀୟ ରାଜପଥ ଉପରେ ସାଧାରଣ ଲୋକଙ୍କ ସହ ଝଗଡ଼ା କରି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରୁଥିଲେ। ଏହାର ପ୍ରତିବାଦ କରିବାରୁ ନିଶାସକ୍ତ ଅବସ୍ଥାରେ ରହିଥିବା ଯୁବକ ଜଣକ ପ୍ରତିବାଦ କରୁଥିବା ଯୁବକଙ୍କ ଉପରେ ପେଟ୍ରୋଲ ଢାଳିଥିଲେ। ଦିଆସିଲି କିଣିବାକୁ ଯାଇଥିବା ବେଳେ ସେଠାରେ ଥିବା ପ୍ରତ୍ୟକ୍ଷଦର୍ଶୀ ଉକ୍ତ ଯୁବକଙ୍କୁ କାବୁ କରି ପୋଲିସକୁ ଖବର ଦେଇଥିଲେ। ପେଟ୍ରୋଲରେ ଓଦା ହୋଇଥିବା ଯୁବକଙ୍କୁ ସ୍ଥାନୀୟ ଲୋକ ପାଣି ଢାଳି ଗାଧୋଇ ଦେଇଥିଲେ। ପରେ ତାଙ୍କ ପରିବାର ପହଞ୍ଚତ୍ ପେଟ୍ରୋଲରେ ଓଦା ହୋଇଥିବା ଯୁବକଙ୍କୁ ଘରକୁ ନେଇ ସାବୁନରେ ଗାଧୋଇ ସଫା କରିଥିଲେ। କିଛି ସମୟ ପାଇଁ ଘଟଣାକୁ ନେଇ ସିମନବାଡ଼ିରେ ଉତ୍ତେଜନା ଦେଖାଯାଇଥିଲା। ଉପସ୍ଥିତ ଲୋକେ ଉନ୍ମତ୍ତ କାଣ୍ଡ କରୁଥିବା ଯୁବକଙ୍କୁ କାବୁ କରି ନ ଥିଲେ ବଜାରରେ ଏକ ହତ୍ୟା ଭଳି ବଡ଼ ଅଘଟଣ ଘଟିଥାନ୍ତା ବୋଲି ଆଲୋଚନା ହେଉଛି। ପରେ ଦାରିଙ୍ଗବାଡ଼ି ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ଉନ୍ମତ୍ତ ୨ ଯୁବକଙ୍କୁ ଥାନାକୁ ନେଇଥିବା ଜଣାପଡିଛି। ଏନେଇ ଆଇଆଇସି ସଂଗ୍ରାମ କେଶରୀ ଜେନା ଘଟଣାକୁ ଗୁରୁତ୍ୱର ଭାବେ ନେବା ସହ ୨ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଥିବା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?