ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି।

ସୂଚନା ଅନୁଯାୟୀ, କନସିଂହା ଗ୍ରାମର ରାଜ ମଲ୍ଲିକ ଓ ଗଣେଶ ଡୁଡୁକା ମଙ୍ଗଳବାର ଝାଞ୍ଜ ପାହାଡ଼ ନିକଟସ୍ଥ କୁଠିଖୋଲ ଅଞ୍ଚଳକୁ ଯାଇଥିବା ବେଳେ ବାଟବଣା ହୋଇ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ସହ କୌଣସି ଯୋଗାଯୋଗ ନ ହେବାରୁ ପରିବାର ପକ୍ଷରୁ ପ୍ରଶାସନକୁ ସୂଚନା ଦିଆଯାଇଥିଲା। ଖବର ପାଇବା ପରେ ବନ ବିଭାଗ, ଅଗ୍ନିଶମ ବିଭାଗ ଏବଂ ଡିଭିଏଫ୍‌ ଟିମ୍‌ ମିଳିତ ସନ୍ଧାନ ଅଭିଯାନ ଆରମ୍ଭ କରିଥିଲେ। ପାହାଡ଼ିଆ ଓ ଘଞ୍ଚ ଜଙ୍ଗଲ ଅଞ୍ଚଳରେ ଲଗାତର ପ୍ରାୟ ୨୦ ଘଣ୍ଟା ଧରି ଚାଲିଥିବା ଖୋଜାଖୋଜି ପରେ ଉଭୟ ଯୁବକଙ୍କୁ ଛତିଶଗଡ଼ ସୀମାନ୍ତସ୍ଥ ବନୁଭଟା ଗ୍ରାମରୁ ସୁରକ୍ଷିତ ଉଦ୍ଧାର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?