ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଞ୍ଚଳର ଏକ ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଅବୈଧ ପ୍ରେମ ସମ୍ପର୍କକୁ ନେଇ ଦୁଇ ଯୁବକଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ପୋଲିସ ସେମାନଙ୍କୁ ଉଦ୍ଧାର କରିଥିବା ଜଣାପଡ଼ିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ସୂଚନାନୁଯାୟୀ, ଏହି ଘଟଣାକୁ ନେଇ ଥାନାରେ ମୀମାଂସା ଚାଲିଥିବା ଖବର ମିଳିଛି।