ବାର୍‌ହା ଉପଦ୍ରବ: ୨୦ ଏକର କଦଳୀ ଚାଷ କ୍ଷତିଗ୍ରସ୍ତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ବୋରିଆ ଗ୍ରାମର
ଭିମା ପାଣି ପଞ୍ଚାୟତ ଅଧୀନରେ ଚାଷୀମାନେ କରିଥିବା କଦଳୀ ଚାଷ ଉପରେ ବାର୍‌ହା ଉପଦ୍ରବ କରୁଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହେଉଛନ୍ତି। ଏଥିପ୍ରତି କେସିଙ୍ଗା ବନ ବିଭାଗ ଦୃଷ୍ଟି ଦେବା ପାଇଁ ଚାଷୀମାନେ ଦାବି କରିଛନ୍ତି। ଭିମା ପାଣି ପଞ୍ଚାୟତ ନିକଟରେ ବୋହି ଯାଇଛି ରେତନଦୀ। ଏହି ନଦୀକୂଳରେ ଗାଁର ଅନେକ ଚାଷୀ କଦଳୀ ଚାଷ କରିଛନ୍ତି। ଚାଷକୁ ପାଣି ମଡ଼ାଇବା ପାଇଁ ଉଠା ଜଳସେଚନ ପଏଣ୍ଟର ମଧ୍ୟ ସୁବିଧା ରହିଛି। ଆଗରୁ ପୁରୁଣା କଦଳୀ ଚାଷ ରହିଥିଲେ ବି ଚଳିତବର୍ଷ ଚାଷୀମାନେନୂତନ କଦଳୀ ଗଛ (ପୁଆ)ଲଗାଇଛନ୍ତି। କିନ୍ତୁ ଏହି ନୂତନ କଦଳୀ ଗଛ ମୂଳକୁ ଶୁକ୍ରବାର, ଶନିବାର ରାତିରେ ବାର୍‌ହା ଆସି ମୂଳଗୁଡ଼ିକରୁ ମାଟି ଖୋଳି ଦେବା ସହ ଚେର ଉପାଡ଼ି ଦେଇଥିବା ଚାଷୀମାନେ ଦେଖିବାକୁ ପାଇଛନ୍ତି॥ ଏଭଳି ଲଗାତର ଭାବେ ଦୁଇଦିନ ବାର୍‌ହା ପଲ ଆସି କ୍ଷୟକ୍ଷତି କରୁଥିବା ନେଇ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ବର୍ତ୍ତମାନ ଗାଁର ଚାଷୀପଦ୍ମନାଭ ସ୍ବାଇଁ, ମନ ନାୟକ, ଲାଲବାହାଦୂର ସ୍ବାଇଁଙ୍କ କଦଳୀ ଗଛକୁ ବାର୍‌ହା ମାଟି ଖୋଳିଥିବା ଦେଖିବାକୁ ମିଳିଛି। ପୂର୍ବ ବର୍ଷମାନଙ୍କ ତୁଳନାରେ ଗତବର୍ଷଓ ଚଳିତବର୍ଷ କଦଳୀ ଚାଷ ଏକର ଏକର ଧିରେ ଧିରେବଢ଼ିବାରେ ଲାଗିଛି। ଚଳିତ ବର୍ଷ ଏହିଏକ ନମ୍ବର ପଏଣ୍ଟରେ ହାରାହାରି ଚାଷୀମାନେ ୧୮ ରୁ ୨୦ ଏକର ପର୍ଯ୍ୟନ୍ତ ଚାଷ କରିଥିବା ଚାଷୀମାନେ ପ୍ରକାଶ କରିଛନ୍ତି। ଏଣୁ ଏଦିଗରେ ବନ ବିଭାଗ ଦୃଷ୍ଟିଦେଇ ବାର୍‌ହାମାନଙ୍କୁ ଘଉଡ଼ାଇବା ପାଇଁ ଚାଷୀମାନେ ଦାବି କରିଛନ୍ତି।

ଏ ସଂକ୍ରାନ୍ତରେ କେସିଙ୍ଗା ବନ ବିଭାଗର ଫରେଷ୍ଟର ଯଶୋବନ୍ତ ନାଏକଙ୍କୁ ପଚାରିବାରୁ ଆମକୁ ଚାଷୀମାନେ ଲିଖତ ଭାବେ ଅଭିଯୋଗ ଦିଅନ୍ତୁ, ଆମେ ତଦନ୍ତ ପରେ ଯାହା କ୍ଷତି ହୋଇଥିବ ସରକାରୀ ଗାଇଡ୍‌ଲାଇନ୍‌ ଅନୁସାରେ କିଛି ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri