ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୦ ବୋମାମାଡ଼

ବ୍ରହ୍ମଗିରି,୨୫।୨(ଡି.ଏନ୍‌.ଏ.): ରାଜନୈତିକ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମରେ ଗୁରୁବାର ପୁଣିଥରେ ଗୋଷ୍ଠୀ ସଂଘର୍ଷ ସହ ୨୦ରୁ ଊର୍ଦ୍ଧ୍ୱ ବୋମା ମାଡ଼ ହୋଇଛି। ଏହି ବୋମାମାଡ଼ରେ ଆହତ ଓ କ୍ଷୟକ୍ଷତି ଜଣାପଡି ନ ଥିବାବେଳେ ଗାଁରେ ପୋଲିସ ପଇଁତରା ମାରୁଛି। ମିଳିଥିବା ସୂଚନା ଅନୁଯାୟୀ, ବ୍ରହ୍ମଗିରି ବ୍ଲକ ମଣପଡା ପଞ୍ଚାୟତର ଦଣ୍ଡୁଆସିପଡା ଗ୍ରାମରେ ଗତ ୯ ତାରିଖରେ ଏକ ରାଜନୈତିକ ରାଲିକୁ ନେଇ ସାମାନ୍ୟ ଯୁକ୍ତିତର୍କ ହୋଇଥିଲା। ପରଦିନ ସକାଳୁ ସେଇ କଥାକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ଟେକାପଥର ସହ ଠେଙ୍ଗାମାଡ ଆରମ୍ଭ ହୋଇଥିଲା। ଏଥିରେ ଜଣେ ମହିଳା ସମେତ ୬ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ପ୍ରଥମେ ସ୍ଥାନୀୟ ରେବଣା ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଗୁରୁତରଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଏ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ଦୁଇଟି ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ୩ ମହିଳା ସମେତ ୬ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ପୋଲିସର ଗିରଫ ଭୟରେ ସେହି ସମୟରେ ସମସ୍ତେ ନୀରବି ଯାଇଥିଲେ ମଧ୍ୟ ଭିତରେ ପ୍ରତିହିଂସାର ନିଆଁ କୁହୁଳୁଥିଲା। ଏହି ବିବାଦକୁ କେନ୍ଦ୍ର କରି ଗୁରୁବାର ପୁନର୍ବାର ଦୁଇଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ପରସ୍ପରକୁ ଟେକାପଥର ମାରିବା ସହ ୨୦ରୁ ଊର୍ଦ୍ଧ୍ୱ ବୋମାମାଡ଼ ହୋଇଥିଲା। ଖବରପାଇ ବ୍ରହ୍ମଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ସମସ୍ତେ ଛତ୍ରଭଙ୍ଗ ଦେଇଥିଲେ। ପୋଲିସ ଗାଁରେ ପଇଁତରା ମାରିବାରୁ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri