ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର: ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କୋରାପୁଟ,୧୨ା୭(ଅସମାପିକା ସାହୁ/ଅମିତାଭ ବେହେରା): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡ଼ିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଫେବୃୟାରୀ ୩ ତାରିଖରେ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ। ମନ୍ଦିରର ସେବାୟତ, କମିଟିର ସଦସ୍ୟଗଣ, ଜନପ୍ରତିନିଧି ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରି ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରଦାନ କରିବାକୁ ଜିଲାପାଳଙ୍କୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ୫-ଟି ଉପକ୍ରମରେ ଏହି ବିକାଶ କାମ ହାତକୁ ନିଆଯିବ।

ଏହି ପ୍ରକଳ୍ପରେ ମନ୍ଦିରର ମୁଖ୍ୟରାସ୍ତାର ଉନ୍ନତିକରଣ ଓ ଆଲୋକୀକରଣ, ପାଦଚଲା ରାସ୍ତାରେ ଖଣ୍ଡାଲାଇଟ୍ସ ପଥର ବିଛାଇବା, ମନ୍ଦିର ପ୍ରବେଶ ଦ୍ୱାରର ସୌନ୍ଦର୍ଯ୍ୟକରଣ, ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ଯଥା ପାନୀୟ ଜଳ ଓ ଶୌଚାଳୟ, ଗୁମ୍ଫାର ଆଲୋକୀକରଣ, ସାବରୀ ନଦୀ କୂଳର ସୌନ୍ଦର୍ଯ୍ୟକରଣ, ଉଠା ଦୋକାନୀମାନଙ୍କ ଥଇଥାନ, ସେମାନଙ୍କ ପାଇଁ ନୂତନ ଦୋକାନ ଘର ନିର୍ମାଣ, ଭୂସ୍ଖଳନ ନିରୋଧ ଓ ପାହାଡ଼ ସୁରକ୍ଷା ପାଇଁ ବ୍ୟବସ୍ଥା ସହିତ ବୃକ୍ଷରୋପଣ ମଧ୍ୟ କରାଯିବ। ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି ୫-ଟି ଉପକ୍ରମରେ ପୀଠର ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri