ଆଇପିଏଲ୍‌ ଉଦ୍‌ଘାଟନୀ ମ୍ୟାଚ୍‌କୁ ଦେଖିଲେ ୨୦ କୋଟି ଦର୍ଶକ

ନୂଆଦିଲ୍ଲୀ, ୨୨।୯: କରୋନା ମହାମାରୀ ହେତୁ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ବାତିଲ ହେବା ପରିସ୍ଥିତିରେ ରହିଥିଲା। ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କହିଥିଲେ, ଯଦି ଚଳିତ ବର୍ଷ ଆଇପିଏଲ୍‌ ଅନୁଷ୍ଠିତ ନ ହୁଏ ତେବେ ବୋର୍ଡକୁ ୪ ହଜାର କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିପାରେ। ମାର୍ଚ୍ଚ ୨୯ରୁ ମୁମ୍ବାଇରେ ଏହି ଟୁର୍ନାମେଣ୍ଟ ଖେଳାଯିବାକୁ ସ୍ଥିର ହୋଇଥିଲା। କିନ୍ତୁ ଭାରତରେ କରୋନା ମାମଲାର ଦ୍ରୁତ ବୃଦ୍ଧି ସାଙ୍ଗକୁ ଲକ୍‌ଡାଉନ ଲାଗି ଏହା ସମ୍ଭବପର ହୋଇପାରି ନ ଥିଲା। ତେଣୁ ବିସିସିଆଇ ଏହି ଟୁର୍ନାମେଣ୍ଟକୁ ୟୁଏଇକୁ ସ୍ଥାନାନ୍ତରିତ କରିଥିଲା।
ଏହି ଟୁର୍ନାମେଣ୍ଟ ଦୁବାଇ, ଆବୁଧାବି ଓ ଶାରଜାର ୩ଟି ଗ୍ରାଉଣ୍ଡରେ ଚାଲିଛି। ସେପ୍ଟେମ୍ବର ୧୯ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ଏବେ ନଭେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଲିଗ୍‌ର ପ୍ରଥମ ମ୍ୟାଚ୍‌ରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ୫ ଉଇକେଟ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ମାତ୍‌ ଦେଇଥିଲା। ଷ୍ଟାଡିୟମରେ ଦର୍ଶକଙ୍କୁ ମ୍ୟାଚ୍‌ ଉପଭୋଗ କରିବାର ଅନୁମତି ଦିଆଯାଇ ନ ଥିଲେ ମଧ୍ୟ ଉଦ୍‌ଘାଟନୀ ମ୍ୟାଚ୍‌ ବିଶ୍ୱ ରେକର୍ଡ କରିଛି। ବିସିସିଆଇର ସମ୍ପାଦକ ଜୟ ଶାହ ମଙ୍ଗଳବାର କହିଛନ୍ତି, ଚେନ୍ନାଇ ଓ ମୁମ୍ବାଇ ମଧ୍ୟରେ ଖେଳାଯାଇଥିବା ଉଦ୍‌ଘାଟନୀ ମ୍ୟାଚ୍‌କୁ ବିଶ୍ୱର ପାଖାପାଖି ୨୦ କୋଟି ଦର୍ଶକ ଟିଭି ଓ ଅନ୍ୟ ଅନ୍‌ଲାଇନ ପ୍ଲାଟଫର୍ମ ଜରିଆରେ ଦେଖିଥିଲେ। ପୂର୍ବରୁ ଆଇପିଏଲ୍‌ରେ କେବେ ମଧ୍ୟ ଏତେ ସଂଖ୍ୟକ ଦର୍ଶକ ଉଦ୍‌ଘାଟନୀ ମ୍ୟାଚ୍‌କୁ ଦେଖି ନ ଥିଲେ। ସେହିଭଳି ଆଇପିଏଲ୍‌ ପକ୍ଷରୁ ଏହାର ଅଫିସିଆଲ ଟୁଇଟର୍‌ ଆକାଉଣ୍ଟରେ କୁହାଯାଇଛି ଯେ, ଅନ୍ୟ ଦେଶର କୌଣସି ଲିଗ୍‌ର ପ୍ରଥମ ମ୍ୟାଚ୍‌କୁ ଏତେ ସଂଖ୍ୟକ ଦର୍ଶକ ଟିଭି ଓ ଡିଜିଟାଲ ପ୍ଲାଟଫର୍ମରେ ଦେଖିବା ହେଉଛି ଏକ ସର୍ବକାଳୀନ ରେକର୍ଡ। ସେଥିଲାଗି ଆଇପିଏଲ୍‌ ପକ୍ଷରୁ ଭାରତ ଓ ବିଶ୍ୱର ଅନ୍ୟ ଦେଶର ଦର୍ଶକଙ୍କୁ ଧନ୍ୟବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?