ଭଞ୍ଜନଗରରେ ୨୦ରୁ ଜିଲାସ୍ତରୀୟ ଶିଶୁ ଉତ୍ସବ

ଭଞ୍ଜନଗର,୧୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ଜିଲାସ୍ତରୀୟ ଶିଶୁ ଉତ୍ସବ ପାଳିତ ହେବ। ଓଷ୍ଟା ପକ୍ଷରୁ ତାହା ପାଳିତ ହେବ। ତେଣୁ ରବିବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଷ୍ଟାର ଜିଲା ସଭାପତି ସନ୍ତୋଷ କୁମାର ଜେନା ସଭାପତିତ୍ୱ କରିଥିଲେ। ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ମଦନ ମୋହନ ରଥ ସ୍ବାଗତ ଭାଷଣ ଦେଇଥିଲେ। ଜିଲା ସମ୍ପାଦକ ବିଜୟ କୁମାର ବେହେରା ବୀବରଣୀ ପଠନ କରିଥିଲେ। ଶିଶୁଉତ୍ସବକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ କେତୋଟି ବିଭାଗ ଗଠନ କରି ଏହାର ଦାୟିତ୍ୱ ଶିକ୍ଷୟିତ୍ରୀଶିକ୍ଷକମାନଙ୍କୁ ପ୍ରଦାନ କରାଯାଇଥିଲା। ଏଥିସହ ୧୦ଟି ପ୍ରତିଯୋଗିତାକୁ ପରିଚାଳନା ସହ ବିଚାରକ ଭାବେ ୩୦ ଜଣ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଦାୟିତ୍ୱ ଦିଆଯାଇଛି। ପ୍ରତିଯୋଗୀ ଓ ଗାଇଡ୍‌ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ରହିବା, ଖାଇବା, ଶୋଭାଯାତ୍ରା ଓ ବେଲେଶ୍ୱର ମନ୍ଦିର, ବିଜୁ ପଟ୍ଟନାୟକ ପାର୍କ ବୁଲିବା ଉପରେ ଆଲୋଚନା କରାଯାଇଥିଲା। ଆଲୋଚନାରେ ଅଲ୍‌ ଓଷ୍ଟାଗ ରାଜ୍ୟ ମୁଖ୍ୟ ଉପଦେଷ୍ଟା ଜଗବନ୍ଧୁ ଜେନା, ଦିଲ୍ଲୀପ କୁମାର ସ୍ବାଇଁ, ବାସନ୍ତୀ ପାଣିଗ୍ରାହୀ, ପ୍ରମୋଦ କୁମାର ଗୌଡ଼, ଶୁଳପାଣି ଶତପଥୀ, ଲକ୍ଷ୍ମୀନାରାୟଣ ପାତ୍ର, ପ୍ରିୟ ରଞ୍ଜନ ପ୍ରଧାନ ପ୍ରମୁଖ ଭାଗନେଇ ନିଜର ମତ ରଖିଥିଲେ। ଦୁଇଦିନ ଧରି ହେବାକୁ ଥିବା ଉତ୍ସବରେ ଜିଲାର ୨୨ ଟି ବ୍ଲକ ଓ ବ୍ରହ୍ମପୁରରେ ହୋଇଥିବା ଶିଶୁ ଉତ୍ସବର ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରୀଛାତ୍ର ଏଥିରେ ଭାଗ ନେବେ। ବିଷୟ ସମ୍ପାଦକ କହିଥିଲେ। ଏଠାରୁ ପ୍ରତି ବିଭାଗରେ ପ୍ରଥମ ହୋଇଥିବା କୃତୀ ଛାତ୍ରୀଛାତ୍ର ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ କଟକ ଠାରେ ହେଉଥିବା ରାଜ୍ୟ ସ୍ତରୀୟ ଶିଶୁ ଉତ୍ସବରେ ଯୋଗଦେବେ। ଓଷ୍ଟା କର୍ମକର୍ତ୍ତା ପ୍ରମୋଦ କୁମାର ଗୌଡ଼ ଧନ୍ୟବାଦ ପ୍ରଦାନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?