Posted inରାଜ୍ୟ

ବନ୍ୟାରେ ୨୦ ଜିଲା ପ୍ରଭାବିତ, ୧୭ ମୃତ: ଏସ୍‌ଆରସି

ଭୁବନେଶ୍ୱର,୩୦।୮(ବ୍ୟୁରୋ)-ପଡୋଶୀ ଛତିଶଗଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ହୀରାକୁଦ ଡ୍ୟାମର ୪୬ଟି ଗେଟ ଖୋଲାଯାଇଥିଲା। ଏଥିଯୋଗୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଏହି ବନ୍ୟାରେ କ’ଣ ସବୁ କ୍ଷୟକ୍ଷତି ହୋଇଛି ସେ ନେଇ ରବିବାର ଏସଆରସି ସୂଚନା ଦେଇଛନ୍ତି।
ଏସ୍‌ଆରସି କହିଛନ୍ତି, ବନ୍ୟାରେ ରାଜ୍ୟର ୨୦ଟି ଜିଲା ପ୍ରଭାବିତ ହୋଇଛି। ବନ୍ୟା ପ୍ରଭାବିତ ଜିଲା ଗୁଡିକ ମଧ୍ୟରେ ଅନୁଗୋଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ନୂଆପଡ଼ା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ରହିଛି। ସେହିପରି ବନ୍ୟାରେ ପ୍ରାୟ ୧୭ ଜଣ ପ୍ରାଣ ହରାଇଛନ୍ତି। ଏଥିସହିତ ବନ୍ୟା ପ୍ରଭାବିତ ଜିଲାର ୧୧୨ଟି ବ୍ଲକର ୩୨୫୬ ଗ୍ରାମରେ ୧୪ ଲକ୍ଷ ୩୨ ହଜାର ୭୦୧ ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ୨ ଲକ୍ଷ ୬୫ ହଜାର ୭୨୩ ଜଣ ଲୋକ ଏବେବି ପାଣି ଘେରରେ ଅଛନ୍ତି। ସେହିପରି ୧ଲକ୍ଷ ୬୮ ହଜାର ୯୦୪ ହେକ୍ଟର ଚାଷ ଜମି ନଷ୍ଟ ହୋଇଥିବାବେଳେ ୧୧ଟି ଜିଲାର ୧୦୭ଟି ରୋଡକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ୧୦ ହଜାର ୨୮୨ଟି ଘର ନଷ୍ଟ ହୋଇଛି । ଉଦ୍ଧାର କାର୍ଯ୍ୟରେ ୧୪ ଏନଡିଆର୍‌ଏଫ, ୧୭ଟି ଓଡ୍ରାଫ ଏବଂ ୨୨ଟି ଅଗ୍ନିଶମ ବାହିନୀ ମୁତୟନ ହୋଇଥିବା ଏସଆରସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri