Posted inରାଜ୍ୟ

ବନ୍ୟାରେ ୨୦ ଜିଲା ପ୍ରଭାବିତ, ୧୭ ମୃତ: ଏସ୍‌ଆରସି

ଭୁବନେଶ୍ୱର,୩୦।୮(ବ୍ୟୁରୋ)-ପଡୋଶୀ ଛତିଶଗଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ହୀରାକୁଦ ଡ୍ୟାମର ୪୬ଟି ଗେଟ ଖୋଲାଯାଇଥିଲା। ଏଥିଯୋଗୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଏହି ବନ୍ୟାରେ କ’ଣ ସବୁ କ୍ଷୟକ୍ଷତି ହୋଇଛି ସେ ନେଇ ରବିବାର ଏସଆରସି ସୂଚନା ଦେଇଛନ୍ତି।
ଏସ୍‌ଆରସି କହିଛନ୍ତି, ବନ୍ୟାରେ ରାଜ୍ୟର ୨୦ଟି ଜିଲା ପ୍ରଭାବିତ ହୋଇଛି। ବନ୍ୟା ପ୍ରଭାବିତ ଜିଲା ଗୁଡିକ ମଧ୍ୟରେ ଅନୁଗୋଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ନୂଆପଡ଼ା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ରହିଛି। ସେହିପରି ବନ୍ୟାରେ ପ୍ରାୟ ୧୭ ଜଣ ପ୍ରାଣ ହରାଇଛନ୍ତି। ଏଥିସହିତ ବନ୍ୟା ପ୍ରଭାବିତ ଜିଲାର ୧୧୨ଟି ବ୍ଲକର ୩୨୫୬ ଗ୍ରାମରେ ୧୪ ଲକ୍ଷ ୩୨ ହଜାର ୭୦୧ ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ୨ ଲକ୍ଷ ୬୫ ହଜାର ୭୨୩ ଜଣ ଲୋକ ଏବେବି ପାଣି ଘେରରେ ଅଛନ୍ତି। ସେହିପରି ୧ଲକ୍ଷ ୬୮ ହଜାର ୯୦୪ ହେକ୍ଟର ଚାଷ ଜମି ନଷ୍ଟ ହୋଇଥିବାବେଳେ ୧୧ଟି ଜିଲାର ୧୦୭ଟି ରୋଡକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ୧୦ ହଜାର ୨୮୨ଟି ଘର ନଷ୍ଟ ହୋଇଛି । ଉଦ୍ଧାର କାର୍ଯ୍ୟରେ ୧୪ ଏନଡିଆର୍‌ଏଫ, ୧୭ଟି ଓଡ୍ରାଫ ଏବଂ ୨୨ଟି ଅଗ୍ନିଶମ ବାହିନୀ ମୁତୟନ ହୋଇଥିବା ଏସଆରସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri