ପାଣି ପାଇଁ ହଇରାଣ ୨୦ ପରିବାର

ଭଦ୍ରକ ଅଫିସ,୧୨।୮: ଗ୍ରାମ୍ୟ ଜଳ ଯୋଗାଣ ବ୍ୟବସ୍ଥା ଥିଲେ ମଧ୍ୟ ଠିକ୍‌ ଭାବେ ଯୋଗାଣ ହୋଇପାରୁ ନ ଥିବାରୁ ଲୋକେ ସ୍ବଚ୍ଛ ପାନୀୟ ଜଳ ପାଇପାରୁ ନାହାନ୍ତି। ପାଇପ୍‌ରେ ଆସୁଥିବା ଟୋପେ ଟୋପେ ପାଣିକୁ ଘଣ୍ଟା ଘଣ୍ଟା ଧରି ଗ୍ଲାସରେ ଭରି ସଂଗ୍ରହ କରିବାକୁ ପଡୁଛି। ଏପରି ଅବ୍ୟବସ୍ଥା ଦେଖିବାକୁ ମିଳିଛିି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ପାଳସାହି ପଞ୍ଚାୟତର ୪ ନଂ. ୱାର୍ଡ ବଳସାହିରେ। ପାନୀୟଜଳ ପାଇଁ ଉକ୍ତ ସାହିର ୨୦ରୁ ଊର୍ଦ୍ଧ୍ୱ ପରିବାର ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସାହିରେ ଗୋଟିଏ ବି ନଳକୂପ ନାହିଁ। ଗ୍ରାମ୍ୟ ଜଳ ଯୋଗାଣ ବ୍ୟବସ୍ଥା ଥିଲେ ହେଁ ଠିକ୍‌ ଭାବେ ଯୋଗାଣ ହୋଇପାରୁନି। ୫ବର୍ଷ ହେଲା ଏଠାରେ ଏଭଳି ସମସ୍ୟା ଲାଗି ରହିଛି। ସାହି ବାସିନ୍ଦା ଏନେଇ ବାରମ୍ବାର ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଅଭିଯୋଗ କରିଥିଲେ ମଧ୍ୟ ଏଯାଏ କୌଣସି ସୁଫଳ ମିଳିପାରି ନ ଥିବା କହିଛନ୍ତି। ଏପରିକି ଟ୍ୟାପ୍‌ ବ୍ୟବସ୍ଥା କରାଯାଇ ନାହିଁ। ଦିନକୁ ଦୁଇଥର ପାଣି ଯୋଗାଣ ହେଉଥିବା ବେଳେ ଅଳ୍ପ ଅଳ୍ପ ବାହାରୁଥିବାରୁ ଦୀର୍ଘ ସମୟ ଅପେକ୍ଷା କରି ସେମାନେ ପାଇପ୍‌ରୁ ପାଣି ସଂଗ୍ରହ କରୁଛନ୍ତି। ଗ୍ରାମ୍ୟ ଜଳ ଯୋଗାଣ ଯୋଜନା ପ୍ରହସନ ପାଲଟିଛି ବୋଲି ସ୍ଥାନୀୟ ଲୋକେ କ୍ଷୋଭ ପ୍ରକାଶ କରିଛନ୍ତି। ସାହି ବାସିନ୍ଦାଙ୍କ ଲାଗି ପାନୀୟ ଜଳର ସୁବନ୍ଦୋବସ୍ତ କରିବା ପାଇଁ ବଳସାହିର ଯୁବ ସାମାଜିକ କର୍ମୀ ସଞ୍ଜୟ କୁମାର ଦାସ, ରଜତ ଦାସ, ରାମଲାଲ ମହାନ୍ତି, ତୁଷାର ସାହୁ, ରଜତ ରାୟ ପ୍ରମୁଖ ବ୍ଲକ ଅଧ୍ୟକ୍ଷ ଏବଂ ସରପଞ୍ଚଙ୍କୁ ଅନୁରୋଧ କରିଛନ୍ତି। ଏନେଇ ସରପଞ୍ଚ ଅଜୟ ମଲିକ କହିଛନ୍ତି, ପାଇପ୍‌ ଲାଇନ ଖରାପ ଥିବାରୁ ଲୋକେ ଠିକ୍‌ ଭାବେ ଆବଶ୍ୟକ ଅନୁଯାୟୀ ପାଣି ପାଇପାରୁ ନାହାନ୍ତି। ଏହାକୁ ମରାମତି କରାଯିବା ସହ ଉକ୍ତ ସାହିରେ ନୂତନ ନଳକୂପ ବସାଯିବା ପାଇଁ ବ୍ୟବସ୍ଥା କରାଯାଉଛି। ଧାମନଗର ବିଡିଓ ଦୁର୍ଗାଚରଣ ମୁର୍ମୁ ଏନେଇ କୌଣସି ଅଭିଯୋଗ ଆସିନାହିଁ, ତେବେ ଅନୁଧ୍ୟାନ କରି ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri