ପାଣିଘେରରେ ୨୦ ପରିବାର

ରୂପସା,୧୬।୯(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ପଞ୍ଚାୟତର ୨୦ରୁ ଊର୍ଦ୍ଧ୍ୱ ପରିବାର ପାଣି ଘେରରେ ଜୀବନ ବିତାଉଛନ୍ତି। ଗାଁ ରାସ୍ତାରେ ପାଣିଜମି ରହିବା ସହ ଅଧିକାଂଶ ଲୋକଙ୍କ ଘରେ ବର୍ଷା ଜଳ ଲହଡ଼ି ଖେଳୁଥିବା ଦେଖିବାକୁ ମିଳିଛି। ଗ୍ରାମରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ କସିପଦା ଓ ହତିଆଡ଼ିହା ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଲୋକେ ବଞ୍ଚତ୍ବା ପାଇଁ ଦୁଇଦିନ ହେଲା ସଂଘର୍ଷ କରୁଛନ୍ତି। ହାତିଆଡିହା ଗ୍ରାମର ବାବୁଲି ପଣ୍ଡା, ଯୁଗଳ କିଶୋର ପଣ୍ଡା, ଅଶୋକ ଗୋଛାୟତ, ହରିଜନ ସାହିର ନୀଳକଣ୍ଠ ପଣ୍ଡିତ, କୃଷ୍ଣ ଚନ୍ଦ୍ର ପଣ୍ଡିତ, ସୁଦାମ ପଣ୍ଡିତ, କସିପଦା ଗ୍ରାମର ବିଜୟ ପରିଡ଼ା, ଗୌର ପରିଡ଼ା, ସମୀର ପରିଡା, ସୁକାନ୍ତ ପରିଡ଼ା, ବିଦ୍ୟାଧର ବେହେରା ପ୍ରମୁଖ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛନ୍ତି। ଏହି ପରିବାର ସବୁ ପାଣି ଘେରରେ ଥିବାବେଳେ ଘର ଭିତରେ ପାଣି ପଶି ଲକ୍ଷାଧିକ ଟଙ୍କାର ଅସବାବପତ୍ର ନଷ୍ଟ ହୋଇଛି। ଏକାଧିକ ଘର ମଧ୍ୟ ଭାଙ୍ଗିଯାଇଥିବା ଅଭିଯୋଗ ହୋଇଛି। ଲୋକମାନେ ବଞ୍ଚତ୍ବା ପାଇଁ ଦୁଇଦିନ ହେଲା ସଂଘର୍ଷ କରୁଛନ୍ତି। ଘରେ, ଚୁଲିରେ ସବୁଠି ପାଣି। ରନ୍ଧାବଢା ସବୁ ବନ୍ଦ। ପିଲାଛୁଆ ଭୋକରେ ଆଉଟୁପାଉଟୁ ହେଉଛନ୍ତି। ଏହି କ୍ଷତିଗ୍ରସ୍ତ ପରିବାର ଲୋକଙ୍କ ପାଇଁ ରନ୍ଧା ଖାଦ୍ୟ ସହିତ ଏହି ଗ୍ରାମରେ ଡ୍ରେନେଜ ବ୍ୟବସ୍ଥା କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ପ୍ରଶାସନ ପକ୍ଷରୁ ବିପନ୍ନ ପରିବାରଙ୍କୁ ସହାୟତା ପ୍ରଦାନ ପାଇଁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri