ପାଣିଘେରରେ ୨୦ ପରିବାର

ରୂପସା,୧୬।୯(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ପଞ୍ଚାୟତର ୨୦ରୁ ଊର୍ଦ୍ଧ୍ୱ ପରିବାର ପାଣି ଘେରରେ ଜୀବନ ବିତାଉଛନ୍ତି। ଗାଁ ରାସ୍ତାରେ ପାଣିଜମି ରହିବା ସହ ଅଧିକାଂଶ ଲୋକଙ୍କ ଘରେ ବର୍ଷା ଜଳ ଲହଡ଼ି ଖେଳୁଥିବା ଦେଖିବାକୁ ମିଳିଛି। ଗ୍ରାମରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ କସିପଦା ଓ ହତିଆଡ଼ିହା ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଲୋକେ ବଞ୍ଚତ୍ବା ପାଇଁ ଦୁଇଦିନ ହେଲା ସଂଘର୍ଷ କରୁଛନ୍ତି। ହାତିଆଡିହା ଗ୍ରାମର ବାବୁଲି ପଣ୍ଡା, ଯୁଗଳ କିଶୋର ପଣ୍ଡା, ଅଶୋକ ଗୋଛାୟତ, ହରିଜନ ସାହିର ନୀଳକଣ୍ଠ ପଣ୍ଡିତ, କୃଷ୍ଣ ଚନ୍ଦ୍ର ପଣ୍ଡିତ, ସୁଦାମ ପଣ୍ଡିତ, କସିପଦା ଗ୍ରାମର ବିଜୟ ପରିଡ଼ା, ଗୌର ପରିଡ଼ା, ସମୀର ପରିଡା, ସୁକାନ୍ତ ପରିଡ଼ା, ବିଦ୍ୟାଧର ବେହେରା ପ୍ରମୁଖ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛନ୍ତି। ଏହି ପରିବାର ସବୁ ପାଣି ଘେରରେ ଥିବାବେଳେ ଘର ଭିତରେ ପାଣି ପଶି ଲକ୍ଷାଧିକ ଟଙ୍କାର ଅସବାବପତ୍ର ନଷ୍ଟ ହୋଇଛି। ଏକାଧିକ ଘର ମଧ୍ୟ ଭାଙ୍ଗିଯାଇଥିବା ଅଭିଯୋଗ ହୋଇଛି। ଲୋକମାନେ ବଞ୍ଚତ୍ବା ପାଇଁ ଦୁଇଦିନ ହେଲା ସଂଘର୍ଷ କରୁଛନ୍ତି। ଘରେ, ଚୁଲିରେ ସବୁଠି ପାଣି। ରନ୍ଧାବଢା ସବୁ ବନ୍ଦ। ପିଲାଛୁଆ ଭୋକରେ ଆଉଟୁପାଉଟୁ ହେଉଛନ୍ତି। ଏହି କ୍ଷତିଗ୍ରସ୍ତ ପରିବାର ଲୋକଙ୍କ ପାଇଁ ରନ୍ଧା ଖାଦ୍ୟ ସହିତ ଏହି ଗ୍ରାମରେ ଡ୍ରେନେଜ ବ୍ୟବସ୍ଥା କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ପ୍ରଶାସନ ପକ୍ଷରୁ ବିପନ୍ନ ପରିବାରଙ୍କୁ ସହାୟତା ପ୍ରଦାନ ପାଇଁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri