୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ଜବତ, ମହିଳା ଗିରଫ

ପୁରୀ,୨୫ା୩(ଅଜିତ୍‌ କୁମାର ମହାନ୍ତି): ଋଣ ବା ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ସୋମବାର ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉକ୍ତ ମହିଳାଙ୍କ ଘରେ ଚଢ଼ାଉ ସମୟରେ ୨୦ କେଜିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର ଏବଂ ବିପୁଳ ପରିମାଣର ୫୦୦ ଟଙ୍କିଆ ଜବତ କରାଯାଇଥିବା ସାଧାରଣରେ ଆଲୋଚନା ହେଉଥିବାବେଳେ ପୋଲିସ ଏହାକୁ ଖଣ୍ଡନ କରିଛି। ଏଭଳି କୌଣସି ସୁନା ଏବଂ ଟଙ୍କା ମହିଳାଙ୍କ ଘରୁ ଜବତ ହୋଇ ନ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଗିରଫ ମହିଳା ହେଉଛନ୍ତି ତିଳୋତ୍ତମା ପ୍ରଧାନ। ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୋଗକାରୀ ଅଭିମନ୍ୟୁ ଜେନାଙ୍କ ଅଭିଯୋଗ ଆଧାରରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ନେଇଛି।

ଅଭିଯୋଗ ଅନୁସାରେ, ଗତ ୫ବର୍ଷ ହେବ ତିଳୋତ୍ତମା ଋଣ କରିଦେବେ ବୋଲି ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଉଥିଲେ। ଏପରି କି ତାଙ୍କ ନିକଟରେ ସୁଟ୍‌କେସ୍‌ ଭର୍ତ୍ତି ୫୦୦ଟଙ୍କିଆ ନୋଟ୍‌, ୨୦କେଜିରୁ ଊଦ୍ଧ୍ୱର୍ର୍ ସୁନା ଅଳଙ୍କାର ଏବଂ ଆର୍‌ବିଆଇରେ ବଣ୍ଡ ରହିଥିବା ଲୋକମାନଙ୍କୁ କହିବା ସହ ଟଙ୍କା ଓ ସୁନା ଅଳଙ୍କାରର ଏକାଧିକ ଫଟୋ ଦେଖାଉଥିଲେ। ଫଳରେ ଲୋକମାନେ ତିଳୋତ୍ତମାଙ୍କ କଥାରେ ବିଶ୍ୱାସ କରି ଋଣ ନେବା ପାଇଁ ତାଙ୍କୁ ଟଙ୍କା ଦେଉଥିଲେ। ହେଲେ ପରବର୍ତ୍ତୀ ସମୟରେ ଋଣ ନ ଦେବାରୁ ଲୋକମାନଙ୍କ ସନ୍ଦେହ ବଢ଼ିଥିଲା। ଏପରି କି ଲୋକମାନେ ଦେଇଥିବା ଟଙ୍କା ଫେରାଇବାକୁ କହିବାରୁ ସେମାନଙ୍କୁ ତିଳୋତ୍ତମା ଗାଳିଗୁଲଜ ମଧ୍ୟ କରୁଥିଲେ। ଏନେଇ ଅଭିଯୋଗକାରୀ ଚନ୍ଦନପୁର ଥାନାରେ ଗତ ଫେବୃଆରୀ ୧୯ତାରିଖରେ ଅଭିଯୋଗ କରିଥିଲେ। ଏପରି କି ପୁରୀ ଏସ୍‌ପିଙ୍କ ଦ୍ୱାରସ୍ଥ ମଧ୍ୟ ହୋଇଥିଲେ। ସୋମବାର ଚନ୍ଦନପୁର ପୋଲିସ ତିଳୋତ୍ତମାଙ୍କ ଘରେ ଚଢ଼ାଉ କରିଥିଲା। ସେଠାରୁ ତାଙ୍କୁ ଗିରଫ କରିବା ସହ ତିଳୋତ୍ତମାଙ୍କ ବ୍ୟାଙ୍କ ପାସ୍‌ବୁକ୍‌ ଏବଂ ବ୍ଲାଙ୍କ ଚେକ୍‌ ବୁକ୍‌ ଜବତ କରିଥିଲା। ଏହି ଠକେଇ ଘଟଣାରେ ଅନ୍ୟ ୨ଜଣଙ୍କ ସମ୍ପୃକ୍ତି ରହିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?