ଇକ୍ୟୁଏଡର ଜେଲ ଦଙ୍ଗାରେ ୨୦ ମୃତ, ୫ ଗୁରୁତର ଆହତ

କ୍ୱିଟୋ,୫ ।୪: ଜେଲରେ ବନ୍ଧୁକ ଓ ଛୁରି ସାହାଯ୍ୟରେ ହୋଇଥିବା ଆକ୍ରମଣରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ସୋମବାର ଇକ୍ୟୁଏଡର ଅଧିକାରୀମାନେ ସୂଚନା ଦେଇଛନ୍ତି । କିଛି ସମୟ ପରେ ଅଧିକାରୀମାନେ ସ୍ଥିତିକୁ ଆୟତ୍ତ କରି ନେଇଛନ୍ତି । ଦେଶର ଗୃହମନ୍ତ୍ରୀ ପେଟ୍ରିସିୟୋ କୈରିଲୋ କହିଛନ୍ତି ରାଜଧାନୀର ଦକ୍ଷିଣରୁ ପ୍ରାୟ ୩୧୦ କିଲୋମିଟର ଦୂରରେ ଥିବା ତୁରୀରେ ରବିବାର ହୋଇଥିବା ସଂଘର୍ଷରେ ୫ ଜଣଙ୍କ ମୃତ୍ୟୁ ଘଟିଛି ଏହାସହ ୬ ଜଣଙ୍କୁ ଫାଶୀ ଦିଆଯାଇଛି ଓ ଜଣଙ୍କୁ ବିଷ ଦେଇ ମାରି ଦିଆଯାଇଛି । ଅତିକମରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି ।
‘ରେଡିଓ ଡେମୋକ୍ରେସି’ ସହ କଥା ହୋଇ କୈରିଲୋ ଏହି ଦଙ୍ଗାକୁ ରାଜନୈତିକ ଦୃଷ୍ଟିରୁ ‘ଅପରାଧିକ ଅର୍ଥବ୍ୟବସ୍ଥା’ ସହ ଜଡିତ ବୋଲି ବର୍ଣ୍ଣନା କରିଛନ୍ତି । ପୋଲିସ କମାଣ୍ଡର ଜେନେରାଲ କାର୍ଲୋସ କୈବରେରା ଏକ ସାମ୍ବାଦିକ ସମ୍ମିଳୀରେ କହିଛନ୍ତି, ଅଧିକାରୀମାନେ ଜେଲର ପ୍ରତିଟି ବ୍ଲକରେ ଖୋଜାଖୋଜିି କରୁଛନ୍ତି । ଆମ୍ନାଷ୍ଟେ ଇଣ୍ଟରନ୍ୟାଶନାଲ ଗତ ମାସରେ କହିଛି ୨୦୨୦ରେ ଇକ୍ୟୁଏଡର ଜେଲରେ ଅତିକମରେ ୩୧୬ କଏଦି ମରିଯାଇଥିଲେ । ସେମାନଙ୍କ ମଧ୍ୟରୁ ୧୧୯ ଜଣଙ୍କର ସେପ୍ଟେମ୍ବର ଦଙ୍ଗାରେ ମୃତ୍ୟୁ ହୋଇଥିଲା । ସୂଚନାଯୋଗ୍ୟ, ୨୦୨୧ରେ ହୋଇଥିବା ଦଙ୍ଗା ପରେ ଇକ୍ୟୁଏଡର ଜେଲ ଜରୁରୀକାଳନି ସ୍ଥିତିରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri