୨୦କି.ମି. ଦୂର କେନ୍ଦ୍ରରେ ପରୀକ୍ଷା ଦେବେ ସଂସ୍କୃତ ବିଦ୍ୟାଳୟ ଛାତ୍ରୀଛାତ୍ର, ଧାରଣାରେ ବସିଲେ ଅଭିଭାବକ

ଖଇରା, ୧୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ଅନ୍ୟତମ ପୁରାତନ ଗଡପୋଖରୀ ହାଇସ୍କୁଲ ପୂର୍ବରୁ ବୋର୍ଡ ପରୀକ୍ଷା କେନ୍ଦ୍ର ହୋଇଆସୁଥିବା ବେଳେ ଚଳିତ ବର୍ଷ ଏହାକୁ ଇଛାକୃତ ଭାବେ ତାଲିକାରୁ କାଟି ଦିଆଯାଇଛି। ଏହାକୁ ନେଇ ଅଭିଭାବକ ତଥା ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ା ପ୍ରତିବାଦରେ ଗ୍ରାମବାସୀ ଶନିବାର ସକାଳେ ଗେଟ ସମ୍ମୁଖରେ ଦୀର୍ଘସମୟ ଧରି ଧାରଣାରେ ବସି ରହିଥିଲେ। ଶିକ୍ଷା ବିଭାଗରେ ସମୀକ୍ଷା ବୈଠକ ପାଇଁ ପର୍ଯ୍ୟଟନମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଜିଲା ଶିକ୍ଷାଧିକାରୀ ବିଷ୍ଣୁଚରଣ ସୂତାର ଓ ଅନ୍ୟାନ୍ୟ ଶିକ୍ଷାଧିକାରୀ ଖଇରା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଆସିଥିବା ଖବରପାଇ ସେମାନଙ୍କୁ ଭେଟି ଦାବି ଜଣାଇଥିଲେ। ମନ୍ତ୍ରୀ ଓ ଅଧିକାରୀ ଏହା ଉପରେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେବା ପରେ ସେମାନେ ଫେରିଯାଇଥିଲେ। ଧାରଣାରେ ସାମିଲ ଥିବା ପୁରାତନ ଛାତ୍ର ତଥା ବ୍ଲକ ଉପାଧ୍ୟକ୍ଷ ଗଜେନ୍ଦ୍ର ପରିଡା, ବିଜୟ ବାରିକ, ତପନ କୁମାର ବେହେରା, ଶତ୍ରୁଘ୍ନ ଦାସ, ସଞ୍ଜୟ ଦଳେଇଙ୍କ କହିବା ଅନୁଯାୟୀ ବିଦ୍ୟାଳୟ ୫ଟିରେ ଅନ୍ତର୍ଭୁକ୍ତ ହେବା ପରେ ଭିତ୍ତିଭୂମି ଯଥେଷ୍ଟ ସୁଦୃଢ ଅଛି ା ପିଲା ସଂଖ୍ୟା ୫୬ ଥିବା ବେଳେ ୩ କି.ମି. ଦୂର ମାତ୍ର ୩୬ ପିଲା ଥିବା ଏକ ବିଦ୍ୟାଳୟରେ ଗଡପୋଖରୀ ହାଇସ୍କୁଲକୁ ଟ୍ୟାଗ କରାଯିବା ଦୁର୍ଭାଗ୍ୟଜନକ। ଯଦି ଶିକ୍ଷାଧିକାରୀମାନେ ନିଷ୍ପତ୍ତିରେ ପରିବର୍ତ୍ତନ ନ କରନ୍ତି ତେବେ ବିଦ୍ୟାଳୟ ବନ୍ଦ ସହ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଅଚଳ କରାଯିବ ବୋଲି ଚେତାବନୀ ଦେଇଛନ୍ତି।

ଚଳିତବର୍ଷ ଖଇରା ବ୍ଲକରେ ପରୀକ୍ଷା କେନ୍ଦ୍ର ନିରୂପଣରେ ଶିକ୍ଷାବିଭାଗ ସ୍ବେଚ୍ଛାଚାରିତା ଦେଖାଇଥିବା ନେଇ ବିଭିନ୍ନ ବିଦ୍ୟାଳୟରେ ପଢୁଥିବା ଛାତ୍ରୀଛାତ୍ର ଓ ଅଭିଭାବକ ଅଭିଯୋଗ କରିଛନ୍ତି। ଗୋଟିଏପଟେ ଭିତ୍ତିଭୂମିର ସୁବିଧା ଥିଲେ ନିଜ ବିଦ୍ୟାଳୟରେ ପରୀକ୍ଷାକେନ୍ଦ୍ର କରିବାକୁ ରାଜ୍ୟ ସରକାର ଘୋଷଣା କରିଥିଲେ। ବହୁ ଅନୁଷ୍ଠାନକୁ ଯଥେଷ୍ଟ ଦୂରତାରେ ଥିବା କେନ୍ଦ୍ରରେ ଟ୍ୟାଗ କରିବାକୁ ନେଇ ଅସନ୍ତୋଷ କୁହୁଳିବାରେ ଲାଗିଛି ା ଖଇରା ବ୍ଲକ ସାରଡାଙ୍ଗ ପଞ୍ଚାୟତ ଶ୍ୟାମରାଈ ସଂସ୍କୃତ ବିଦ୍ୟାଳୟରେ ସବୁ ପ୍ରକାର ସୁବିଧା ଥିବା ସତ୍ତ୍ୱେ ୨୦କି.ମି. ଦୂର ତୁଡିଗଡିଆ ନୀଳାମ୍ବର ହାଇସ୍କୁଲ ପରୀକ୍ଷା କେନ୍ଦ୍ରକୁ ସ୍ଥାନାନ୍ତର କରାଯିବାକୁ ନେଇ ବିଭାଗର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ା ଅସହ୍ୟ ଗରମ ସାଙ୍ଗକୁ ଖର୍ଚ୍ଚାନ୍ତକୁ ଦୃଷ୍ଟିରେ ରଖି ନିଷ୍ପତ୍ତିରେ ପରିବର୍ତ୍ତନ କରି ପାଖ ପରୀକ୍ଷା କେନ୍ଦ୍ରକୁ ଆଣିବାକୁ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri