କାଶୀପୁର ଝାଡ଼ାବାନ୍ତି ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ଟିକିରି,୧ା୮(ଡି.ଏନ୍‌.ଏ.): ଓଡ଼ିଶା ଜନଜାଗରଣ ଅଭିଯାନର ରାଜ୍ୟ ସଭାପତି ମଧୁସୁଦନଙ୍କ ନେତୃତ୍ୱରେ ଏକ ଟିମ୍‌ କାଶୀପୁର ବ୍ଲକର ଝାଡ଼ାବାନ୍ତି ପ୍ରଭାବିତ ଅଞ୍ଚଳ ଗସ୍ତ କରି ମୃତକମାନଙ୍କ ପରିବାରକୁ ସାକ୍ଷାତ କରିଛନ୍ତି। ମୃତକଙ୍କ ପରିବାର ଲୋକେ ଶ୍ରମିକ ଶ୍ରେଣୀର ହୋଇଥିବାରୁ ପ୍ରତ୍ୟେକ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଉ ବୋଲି ଦାବି କରିଛନ୍ତି। ଏହି ଟିମ୍‌ ୨ ଦିନ ଧରି ଅଞ୍ଚଳର ମୁଖ୍ୟ ସମସ୍ୟା ଲୋକଙ୍କ ଠାରୁ ପଚାରି ବୁଝିଥିଲେ।
କାଶୀପୁର ବ୍ଲକରେ ମୃତ୍ୟୁକୁ ରୋକିବା ପାଇଁ ସରକାର ପ୍ରତ୍ୟେକ ପରିବାରଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ, ନାଳ ନର୍ଦ୍ଦମା ସଫା, ପ୍ରତ୍ୟେକ ଘରେ ଶୌଚାଳୟ ସ୍ଥାପନ ଏବଂ ଗାଁକୁ ପକ୍କାରାସ୍ତା କରନ୍ତୁ ଏବଂ ସମସ୍ତଙ୍କୁ ପକ୍କାଘର ଯୋଗାଇ ଦିଅନ୍ତୁ ବୋଲି ଅଭିଯାନର ସଭାପତି କହିଛନ୍ତି। ଏଥିସହ ଆଗମୀ ଦିନରେ ସଙ୍ଗଠିତ ହୋଇ ଜନ ଆନ୍ଦୋଳନ ମାଧ୍ୟମରେ ଅଞ୍ଚଳକୁ କଲେରା ମୁକ୍ତ କରିବା ସହ ସମସ୍ୟାର ସମାଧାନ ନିମନ୍ତେ ଯୁବକ ଏବଂ ମହିଳାମାନେ ଆନ୍ଦୋଳନର ନେତୃତ୍ୱ ନେବାକୁ ଆହ୍ବାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri