ଏଟିଏମ୍‌ କାଟି ଅଖାରେ ପୂରାଇ ନେଇଗଲେ ୨୦ ଲକ୍ଷ

ବାହାନଗା, ୨୭ା୧୧(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବଜାର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବଡଧରଣର ଲୁଟ୍‌ ହୋଇଛି। ବଜାରଠାରୁ ଶହେ ମିଟର ଦୂର ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏସ୍‌ବିଆଇ ଏଟିଏମ୍‌କୁ କାଟି ଦୁର୍ବୃତ୍ତମାନେ ୨୦ ଳକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଅଖାରେ ପୂରାଇ ନେଇଯାଇଛନ୍ତି। ସେହି ଏଟିଏମ୍‌ କାଉଣ୍ଟରରେ କେହି ରାତ୍ରି ଜଗୁଆଳୀ ରହୁ ନ ଥିବାରୁ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଏଭଳି କାଣ୍ଡ ଘଟାଇଛନ୍ତି।
ପ୍ରଥମେ ୨ଜଣ ଯୁବକ ମୁହଁରେ ଗାମୁଛା ଗୁଡାଇ ଏଟିଏମ୍‌ କାଉଣ୍ଟର ଭିତରକୁ ପଶିଥିଲେ। ଏହାପରେ ଶଟରକୁ ଭିତରପଟୁ ପକାଇ ଦେଇଥିଲେ। ଗ୍ୟାସ କଟରରେ ମେଶିନ୍‌କୁ କାଟିବା ପରେ ଏଥିରୁ ଟଙ୍କା କାଢି ଅଖାରେ ଭର୍ତ୍ତି କରିଥିଲେ। ଏହାପରେ ଦୁର୍ବୃତ୍ତମାନେ ଟଙ୍କା ଅଖାକୁ ଧରି ଶଟର ପକାଇ ଚାଲିଯାଇଥିବା ସିସି କ୍ୟାମେରାରେ ଦେଖିବାକୁ ମିଳିଛି। ତେବେ ଏଟିଏମ୍‌ ଭିତରେ ୨୪ରୁ ୨୬ଲକ୍ଷ ଟଙ୍କା ରବିବାର ଭର୍ତ୍ତି ହୋଇଥିବା ସ୍ଥାନୀୟ ଦୋକାନୀମାନେ କହିଥିଲେ। ତେବେ ରାତି ୧୨ଟା ପର୍ଯ୍ୟନ୍ତ ଏଟିଏମ୍‌ ଠିକ୍‌ ଥିବା ପାଖ ଦୋକାନୀ ଘରକୁ ଯିବା ସମୟରେ ଦେଖିଥିଲେ। ସୋମବାର ସକାଳେ ଦୋକାନୀମାନେ ଦୋକାନକୁ ଆସିବା ପରେ ଏଟିଏମ୍‌ ମେଶିନ କଟାଯାଇ ତଳେ ପଡିଥିବା ଦେଖିଥିଲେ। ଦୋକାନୀମାନେ ସଙ୍ଗେ ସଙ୍ଗେ ଘର ମାଲିକଙ୍କୁ ଖବରଦେଇଥିଲେ। ଘରମାଲିକ ଘଟଣାସ୍ଥଳରେ ପହଞ୍ଚତ୍ ସୋର ଥାନା ଓ ଖନ୍ତାପଡ଼ା ଥାନାକୁ ଖବର ଦେଇଥିଲେ। ପୋଲିସ ସହ ସାଇଣ୍ଟିଫିକ୍‌ ଟିମ୍‌ ଏହାର ତଦନ୍ତ କରି ଫେରିଯାଇଛନ୍ତି। ତେବେ ଲୁଟ୍‌ କରିଥିବା ଦୁର୍ବୃତ୍ତମାନଙ୍କର କୌଣସି ପତ୍ତା ମିଳିପାରିନାହିଁ। ଏନେଇ ଏଟିଏମରେ ଟଙ୍କା ଭର୍ତ୍ତି କରୁଥିବା ଏଜେନ୍ସି ପକ୍ଷରୁ ସୋର ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?