Posted inଜାତୀୟ

ଦୁର୍ଘଟଣାରେ ଚାଲିଗଲା ୨୦ ଜୀବନ: ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶୋକ

ମୁମ୍ବାଇ/ତିରୁଭନ୍ନାମଲାଇ,୧୫ା୧୦: (୦୩) ରବିବାର ମହାରାଷ୍ଟ୍ର ଓ ତାମିଲନାଡୁରେ ଘଟିଥିବା ୨ଟି ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨୦ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି। ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗର ଜିଲାରେ ସମୃଦ୍ଧି ଏକ୍ସପ୍ରେସ୍‌ଓ୍ବେରେ ଏକ ଟ୍ରକ୍‌କୁ ମିନିବସ୍‌ ଧକ୍କା ଦେବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୩ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୬ ମହିଳା, ୫ ପୁରୁଷ ଓ ଜଣେ ନାବାଳିକା ଅଛନ୍ତି। ସେହିପରି ତାମିଲନାଡ଼ୁର ତିରୁଭନ୍ନାମଲାଇରେ କାର୍‌-ଟ୍ରକ୍‌ ଧକ୍କା ହେବାରୁ ୨ ପିଲାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ଶୋକବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠି (ପିଏମ୍‌ଏନ୍‌ଆର୍‌ଏଫ୍‌)ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତ ବ୍ୟକ୍ତିମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଏକ୍ସ’ରେ ସୂଚନା ଦିଆଯାଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri