୨୦ରୁ ‘ପରୀକୁ ନ୍ୟାୟ ପଦଯାତ୍ରା’

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଓଡ଼ିଶାର ସଚେତନ ନାଗରିକ, ବୁଦ୍ଧିଜୀବୀ, ଛାତ୍ରନେତା, ସାମାଜିକ କର୍ମୀ ତଥା ସମାଜର ସମସ୍ତ କ୍ଷେତ୍ରର ନେତୃତ୍ୱ ନେଉଥିବା ବ୍ୟକ୍ତିବିଶେଷ ‘ପରୀ’କୁ ନ୍ୟାୟ ଦେବା ଲାଗି ଆଗେଇ ଆସନ୍ତୁ। ଏହାସହ ମାତୃଶକ୍ତି ଏବଂ ଶିଶୁ ସମ୍ପଦର ସୁରକ୍ଷା ପାଇଁ ଆଗକୁ ପାଦ ବଢ଼ାନ୍ତୁ ବୋଲି ଭାଜପା ପକ୍ଷରୁ କୁହାଯାଇଛି। ‘ପରୀକୁ ନ୍ୟାୟ ପଦଯାତ୍ରା’ରେ ସମସ୍ତେ ସାମିଲ ହୋଇ ଏହାକୁ ସଫଳ କରାଇବା ଲାଗି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଆହ୍ବାନ ଦେଇଛନ୍ତି। ସମୀର କହିଛନ୍ତି, ନୟାଗଡ଼ ଜିଲା ଯଦୁପୁର ଗାଁର ୫ ବର୍ଷର ଝିଅ ‘ପରୀ’କୁ ହତ୍ୟା ଏବଂ ଅଙ୍ଗଚୋରି ଘଟଣାର ଦୋଷୀଙ୍କୁ ଘଣ୍ଟ ଘୋଡ଼ାଇବାର କୁତ୍ସିତ ପ୍ରୟାସ କରାଯାଉଛି। ସରକାରଙ୍କ ଏଭଳି ଅପଚେଷ୍ଟାକୁ ବିରୋଧ କରି ଡିସେମ୍ବର ୨୦ଖରେ ଲିଙ୍ଗରାଜଙ୍କ ମନ୍ଦିର ପ୍ରାଙ୍ଗଣରୁ ‘ପରୀ’ ର ଗାଁ ନୟାଗଡ଼ର ଯଦୁପୁର ପର୍ଯ୍ୟନ୍ତ ୫ଦିନ ପଦଯାତ୍ରା ଚାଲିବ ବୋଲି ସମୀର ସୂଚନା ଦେଇଛନ୍ତି। ସେହିପରି ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ପରୀ ହତ୍ୟାକାଣ୍ଡର ତଦନ୍ତ ଏବେ ଦିଗହରା ହୋଇଛି। ଏହି ହତ୍ୟା ଘଟଣାରେ ତଦନ୍ତ କରୁଥିବା ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ଯଦୁପୁର ଗାଁର ସରୋଜ ସେଠୀଙ୍କୁ ଦୋଷ ସ୍ବୀକାର କରିବା ପାଇଁ ୫ ଲକ୍ଷ ଟଙ୍କାର ଲୋଭ ଦେଖାଇବା ଅତ୍ୟନ୍ତ ନିନ୍ଦନୀୟ ଘଟଣା। ତଦନ୍ତ ଆଳରେ ଅରୁଣ ବୋଥ୍ରାଙ୍କ ଏପରି କାର୍ଯ୍ୟକଳାପ ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ସରକାର ଅରୁଣ ବୋଥ୍ରାଙ୍କୁ ଏସ୍‌ଆଇଟି ମୁଖ୍ୟ ପଦବୀରୁ ପ୍ରତ୍ୟାହାର କରନ୍ତୁ ବୋଲି ଲେଖାଶ୍ରୀ ଦାବି କରିଛନ୍ତି। ଏହି ଘଟଣାରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ବହିଷ୍କାର କରିବା ସହିତ ସିବିଆଇ ତଦନ୍ତ କଲେ ପରୀକୁ ନ୍ୟାୟ ମିଳିପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri