୨୦ ଘରୋଇ ସ୍କୁଲକୁ ନୋଟିସ

ଭୁବନେଶ୍ୱର, ୫।୪(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଘରୋଇ ସ୍କୁଲରେ ମାଗଣା ପଢ଼ିବାକୁ ମନୋନୀତ ହୋଇଥିବା ଛାତ୍ରୀଛାତ୍ରଙ୍କୁ କିଛି ସ୍କୁଲ ଫେରାଇ ଦେବା ପରେ ବିବାଦ ତେଜିବାରେ ଲାଗିଛି। ଏହାର ପ୍ରତିବାଦରେ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଶତାଧିକ ଅଭିଭାବକ ଗୁରୁବାର ଭୁବନେଶ୍ୱର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ପରେ ବିଇଓ ସଂଘ ସହିତ ଆଲୋଚନା କରିଥିଲେ। ତେବେ ଅଭିଯୋଗ ଅନୁଯାୟୀ ୨୦ଟି ସ୍କୁଲକୁ ନୋଟିସ ଜାରି କରିଛନ୍ତି ବିଇଓ।
ଶିକ୍ଷା ଅଧିକାର ଆଇନ(ଆର୍‌ଟିଇ) ଅନୁଯାୟୀ ଘରୋଇ ବିଦ୍ୟାଳୟର ୨୫% ସିଟ୍‌ରେ ମାଗଣା ଶିକ୍ଷାଦାନ ପାଇଁ ପ୍ରାବଧାନ ରହିଛି। ହେଲେ ଏହାକୁ ବହୁ ଘରୋଇ ବିଦ୍ୟାଳୟ ମାନୁନାହାନ୍ତି। ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଆର୍‌ଟିଇ ଅଧୀନରେ ନାମଲେଖାଇବା ପାଇଁ ଛାତ୍ରୀଛାତ୍ରଙ୍କ ପ୍ରଥମ ପର୍ଯ୍ୟାୟ ତାଲିକା ପ୍ରକାଶ ପାଇଛି। ଗତ ୨୭ ତାରିଖରୁ ଚୟନ ହୋଇଥିବା ବିଦ୍ୟାଳୟରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ କିଛି ଘରୋଇ ବିଦ୍ୟାଳୟ ଆର୍‌ଟିଇ ନାମଲେଖା ପାଇଁ କୌଣସି ସିଟ୍‌ ଉପଲବ୍ଧ ନ ଥିବା କହି ଅଭିଭାବକଙ୍କୁ ଫେରାଇ ଦେଉଛନ୍ତି। ଏପରିକି କାଗଜପତ୍ର, ସରକାରୀ ନିର୍ଦ୍ଦେଶନାମା, ଚୟନ ତାଲିକା ଆଦି ଦେଖିବାକୁ ମଧ୍ୟ ନାରାଜ ହେଉଛନ୍ତି। ଆଉ ଦୁଇଦିନ ଅର୍ଥାତ୍‌ ଏପ୍ରିଲ ୬ରେ ନାମଲେଖା ଶେଷ ହେଉଥିବାବେଳେ ବହୁ ଛାତ୍ରୀଛାତ୍ର ନାମଲେଖାରୁ ବଞ୍ଚତ୍ତ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ତେଣୁ ଅଭିଭାବକ ମହାସଂଘର କାର୍ଯ୍ୟକାରୀ ସଭାପତି ପ୍ରସନ୍ନ ବିଷୋୟୀ, ଶିକ୍ଷା ଅଧିକାର ଆବାହିକା କଳ୍ପନା ସାହୁ, ବିମଲ ଜେନାଙ୍କ ସମେତ ଶତାଧିକ ଅଭିଭାବକ ବିଇଓ କାର୍ଯ୍ୟାଳୟ ଆଗରେ କିଛି ସମୟ ଧାରଣା ଦେବା ସହ ତୁରନ୍ତ ନାମଲେଖା ପାଇଁ ଦାବି କରି ତାଲା ପକାଇ ଦେଇଥିଲେ। ପରେ ଅଭିଭାବକ ମହାସଂଘ ବିଇଓଙ୍କୁ ଭେଟି ସିଟ୍‌ ନ ଥିବା କହି ଫେରାଇ ଦେଇଥିବା ସମ୍ପୃକ୍ତ ବିଦ୍ୟାଳୟ ନାମରେ ଫେରାଦ ହୋଇଥିଲେ। ପ୍ରଥମ ପର୍ଯ୍ୟାୟରେ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ସମ୍ପୃକ୍ତ ବିଦ୍ୟାଳୟକୁ ନିର୍ଦ୍ଦେଶ ଦେବା ସହ ନିୟମର ଅବମାନନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅଭିଭାବକମାନେ ଦାବି କରିଥିଲେ। ଏହାପରେ ଅଭିଯୋଗ ଆସିଥିବା ୨୦ଟି ବିଦ୍ୟାଳୟକୁ ବିଇଓଙ୍କ ପକ୍ଷରୁ ନୋଟିସ୍‌ ପଠାଯାଇଛି। ଚୟନ ହୋଇଥିବା ଛାତ୍ରୀଛାତ୍ରଙ୍କ ନାମଲେଖା ତୁରନ୍ତ କରିବାକୁ ସମ୍ପୃକ୍ତ ବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ନିର୍ଦ୍ଦେଶ ଅନୁପାଳନ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ଏ ନେଇ ଭୁବନେଶ୍ୱର ବିଇଓ ପ୍ରଜ୍ଞାପାରମିତା ଜେନା କହିଛନ୍ତି, ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ନିୟମାନୁଯାୟୀ ସମସ୍ତ ପଦକ୍ଷେପ ନିଆଯାଉଛି। ତେବେ ତୁରନ୍ତ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ନାମଲେଖା କରା ନ ଗଲେ ପୁଣି ବିଇଓ ଅଫିସକୁ ତାଲା ପକାଇବା ଶିକ୍ଷା ନିର୍ଦ୍ଦେଶାଳୟ ଅଫିସ ଆଗରେ ଅନିର୍ଦ୍ଦିଷ୍ଟକାଳ ଧାରଣା ଦିଆଯିବ ବୋଲି ମହାସଂଘ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri