Posted inଜାତୀୟ

ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା

ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ ମଧ୍ୟରେ ଯାଞ୍ଚ କରାଯାଇଥିବା ସମସ୍ତ ଖାଦ୍ୟ ନମୁନା ମଧ୍ୟରୁ ପ୍ରତି ୫ଟି ନମୁନାରୁ ଗୋଟିଏରେ (୨୦ ପ୍ରତିଶତ) ଅପମିଶ୍ରଣ କିମ୍ବା ଗୁଣବତ୍ତାରେ ତ୍ରୁଟି ଦେଖିବାକୁ ମିଳିଛି।

ଗତ ୫ ବର୍ଷରେ ସମଗ୍ର ଦେଶରେ ପ୍ରାୟ ୮.୭ ଲକ୍ଷ ଖାଦ୍ୟ ନମୁନା ଯାଞ୍ଚ କରାଯାଇଛି। ସେଥିମଧ୍ୟରୁ ୧.୭୪ ଲକ୍ଷରୁ ଅଧିକ ନମୁନା ସୁରକ୍ଷା ଏବଂ ଗୁଣବତ୍ତାର ଧାର୍ଯ୍ୟ ମାନକରେ ଫେଲ୍ ହୋଇଛି। ଏହି ଅପମିଶ୍ରଣରେ ଜଡ଼ିତ ପ୍ରାୟ ୪୮୦୦ ଲୋକଙ୍କୁ ଦଣ୍ଡ ଦିଆଯାଇଛି ଏବଂ ସେମାନଙ୍କ ଉପରେ ୨୫୭ କୋଟି ଟଙ୍କାରୁ ଅଧିକ ଜରିମାନା ଲଗାଯାଇଛି।

ଚଳିତ ବର୍ଷ ସୁଦ୍ଧା ଯାଞ୍ଚ ହୋଇଥିବା ୧.୭ ଲକ୍ଷ ନମୁନାରୁ ୩୪,୦୦୦ରୁ ଅଧିକ ନମୁନା ଅସୁରକ୍ଷିତ ବୋଲି ଜଣାପଡ଼ିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅନୁଯାୟୀ, ଖାଦ୍ୟ ସୁରକ୍ଷା ଆଇନକୁ କଡ଼ାକଡ଼ି ଲାଗୁ କରିବା ପାଇଁ ପଦକ୍ଷେପ ନିଆଯାଉଛି। ବିଶେଷ କରି ଦୁଗ୍ଧଜାତ ସାମଗ୍ରୀ ଏବଂ ରେଡି ଟୁ ଇଟ୍ ଫୁଡ୍‌ସ ଭଳି ଅଧିକ ଅପମିଶ୍ରଣ ଆଶଙ୍କା ଥିବା ସାମଗ୍ରୀ ଉପରେ ଧ୍ୟାନ ଦିଆଯାଉଛି।

ବର୍ତ୍ତମାନ ‘ରିସ୍କ–ଭିଭିକ ଯାଞ୍ଚ ବ୍ୟବସ୍ଥା’ ମାଧ୍ୟମରେ ଅଧିକ ତ୍ରୁଟି ଚିହ୍ନଟ କରାଯାଉଛି, ଯାହା ଯାଞ୍ଚ ବ୍ୟବସ୍ଥାକୁ ମଜଭୁତ କରିଛି। ଉପଭୋକ୍ତାଙ୍କ ନିକଟରେ ସୁରକ୍ଷିତ ଖାଦ୍ୟ ପହଞ୍ଚାଇବା କେନ୍ଦ୍ର ଏବଂ ରାଜ୍ୟ ଉଭୟଙ୍କ ମିଳିତ ଦାୟିତ୍ୱ ବୋଲି ମନ୍ତ୍ରାଳୟ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri