Posted inଜାତୀୟ

ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା

ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ ମଧ୍ୟରେ ଯାଞ୍ଚ କରାଯାଇଥିବା ସମସ୍ତ ଖାଦ୍ୟ ନମୁନା ମଧ୍ୟରୁ ପ୍ରତି ୫ଟି ନମୁନାରୁ ଗୋଟିଏରେ (୨୦ ପ୍ରତିଶତ) ଅପମିଶ୍ରଣ କିମ୍ବା ଗୁଣବତ୍ତାରେ ତ୍ରୁଟି ଦେଖିବାକୁ ମିଳିଛି।

ଗତ ୫ ବର୍ଷରେ ସମଗ୍ର ଦେଶରେ ପ୍ରାୟ ୮.୭ ଲକ୍ଷ ଖାଦ୍ୟ ନମୁନା ଯାଞ୍ଚ କରାଯାଇଛି। ସେଥିମଧ୍ୟରୁ ୧.୭୪ ଲକ୍ଷରୁ ଅଧିକ ନମୁନା ସୁରକ୍ଷା ଏବଂ ଗୁଣବତ୍ତାର ଧାର୍ଯ୍ୟ ମାନକରେ ଫେଲ୍ ହୋଇଛି। ଏହି ଅପମିଶ୍ରଣରେ ଜଡ଼ିତ ପ୍ରାୟ ୪୮୦୦ ଲୋକଙ୍କୁ ଦଣ୍ଡ ଦିଆଯାଇଛି ଏବଂ ସେମାନଙ୍କ ଉପରେ ୨୫୭ କୋଟି ଟଙ୍କାରୁ ଅଧିକ ଜରିମାନା ଲଗାଯାଇଛି।

ଚଳିତ ବର୍ଷ ସୁଦ୍ଧା ଯାଞ୍ଚ ହୋଇଥିବା ୧.୭ ଲକ୍ଷ ନମୁନାରୁ ୩୪,୦୦୦ରୁ ଅଧିକ ନମୁନା ଅସୁରକ୍ଷିତ ବୋଲି ଜଣାପଡ଼ିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅନୁଯାୟୀ, ଖାଦ୍ୟ ସୁରକ୍ଷା ଆଇନକୁ କଡ଼ାକଡ଼ି ଲାଗୁ କରିବା ପାଇଁ ପଦକ୍ଷେପ ନିଆଯାଉଛି। ବିଶେଷ କରି ଦୁଗ୍ଧଜାତ ସାମଗ୍ରୀ ଏବଂ ରେଡି ଟୁ ଇଟ୍ ଫୁଡ୍‌ସ ଭଳି ଅଧିକ ଅପମିଶ୍ରଣ ଆଶଙ୍କା ଥିବା ସାମଗ୍ରୀ ଉପରେ ଧ୍ୟାନ ଦିଆଯାଉଛି।

ବର୍ତ୍ତମାନ ‘ରିସ୍କ–ଭିଭିକ ଯାଞ୍ଚ ବ୍ୟବସ୍ଥା’ ମାଧ୍ୟମରେ ଅଧିକ ତ୍ରୁଟି ଚିହ୍ନଟ କରାଯାଉଛି, ଯାହା ଯାଞ୍ଚ ବ୍ୟବସ୍ଥାକୁ ମଜଭୁତ କରିଛି। ଉପଭୋକ୍ତାଙ୍କ ନିକଟରେ ସୁରକ୍ଷିତ ଖାଦ୍ୟ ପହଞ୍ଚାଇବା କେନ୍ଦ୍ର ଏବଂ ରାଜ୍ୟ ଉଭୟଙ୍କ ମିଳିତ ଦାୟିତ୍ୱ ବୋଲି ମନ୍ତ୍ରାଳୟ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?