ଇଞ୍ଜେକ୍ସନ ନେଇ ୨୦ ରୋଗୀ ଗୁରୁତର

ବ୍ରହ୍ମପୁର ଅଫିସ,୩୦ା୭: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମେଡିସିନ ବିଭାଗର ୟୁନିଟ -୧ ଓ ୟୁନିଟ -୨ରେ ଚିକିତ୍ସିତ ହେଉଥିବା ୨୦ଜଣ ରୋଗୀ ଇଞ୍ଜେକ୍ସନ ନେବା ପରେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇଥିଲେ ମଧ୍ୟ କେଉଁ ପରିସ୍ଥିତିରେ ଏଭଳି ଘଟିଲା ସେ ନେଇ ନାନା ଚର୍ଚ୍ଚା ଚାଲିଛି। ଅନ୍ୟପଟେ ଏମକେସିଜି କର୍ତ୍ତୃପକ୍ଷ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ରୋଗୀଙ୍କୁ ଦିଆଯାଇଥିବା ଇଞ୍ଜେକ୍ସନର ନମୁନା ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯିବ।
ପ୍ରକାଶ ଯେ, ଏମ୍‌କେସିଜି ମେଡିସିନ ବିଭାଗ ପୁରୁଷ ୱାର୍ଡରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ନର୍ସ ଇଞ୍ଜେକ୍ସନ ଦେଇଥିଲେ। ଇଞ୍ଜେକ୍ସନ ନେବା ପରେ ୨୦ରୁ ଅଧିକ ରୋଗୀ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ସେମାନେ ଜୋର୍‌ରେ ଥରିବାକୁ ଲାଗିଥିଲେ। ଯାହାକୁ ନେଇ ରୋଗୀଙ୍କ ସମ୍ପର୍କୀୟମାନେ ଭୟଭୀତ ହୋଇ କ’ଣ ହେଲା ବୋଲି ପାଟି କରିଥିଲେ। ସେଠାରେ ଥିବା ଡାକ୍ତର ଓ ନର୍ସମାନେ ଯାଇ ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିଥିଲେ। ପରେ ରୋଗୀଙ୍କୁ ଅନ୍ୟ ଦୁଇଟି ଇଞ୍ଜେକ୍ସନ ଦିଆଯିବାରୁ ସେମାନେ ସୁସ୍ଥ ହୋଇଥିଲେ। ଖବରପାଇ ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପକ ଡା. ରୀନା ମହାନ୍ତି, ଏମକେସିଜି ମେଡିକାଲ ଅଧୀକ୍ଷକ ପ୍ରାଧ୍ୟାପକ ଡା. ସନ୍ତୋଷ କୁମାର ମିଶ୍ର ଉକ୍ତ ୱାର୍ଡରେ ପହଞ୍ଚି ସ୍ଥିତି ତଦାରଖ କରିଥିଲେ। ରୋଗୀଙ୍କୁ ଦିଆଯାଇଥିବା ସେଫ୍ରିଆଜୋନ ଇଞ୍ଜେକ୍ସନ ଯୋଗୁ ଏପରି ହୋଇଥିବା ସନ୍ଦେହ କରାଯାଉଛି। ଭୁବନେଶ୍ୱରରେ ନମୁନା ପରୀକ୍ଷା କରାଯିବ ବୋଲି ଅଧୀକ୍ଷକ କହିଥିଲେ। ସେହିପରି ଷ୍ଟୋର ରୁମ୍‌ରେ ଥିବା ଅନ୍ୟ ୪୮୦ଟି ଇଞ୍ଜେକ୍ସନ ଅନ୍ୟ କୌଣସି ରୋଗୀଙ୍କୁ ନ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ସୂଚନା ଦେଇଥିଲେ। ଏହି ଘଟଣା ପରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ. ଏମକେସିଜିରେ ପହଞ୍ଚି ଅଧ୍ୟକ୍ଷ ତଥା ଡିନ ପ୍ରାଧ୍ୟାପକ ଡା. ଅବନୀକାନ୍ତ ମିଶ୍ରଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ। ପରେ ବ୍ରହ୍ମପୁର ମେୟର ସଂଘମିତ୍ରା ଦଳାଇ, ଡେପୁଟି ମେୟର ମଧ୍ୟ ୱାର୍ଡରେ ପହଞ୍ଚି ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ଏମକେସିଜି ଅଧୀକ୍ଷକ କହିଛନ୍ତି, ମେଡିକାଲକୁ ଆସିଥିବା ଗୋଟିଏ ବ୍ୟାଚର ୩୦୦୦ ସେଫ୍ରିଆଜୋନ ଇଞ୍ଜେକ୍ସନ ମଧ୍ୟରୁ ୨ହଜାରରୁ ଅଧିକ ଇଞ୍ଜେକ୍ସନ ବିଭିନ୍ନ ରୋଗୀଙ୍କୁ ଦିଆଯାଇସାରିଛି। ପୂର୍ବରୁ କାହାରି ଶରୀରରେ ପାର୍ଶ୍ୱପ୍ରତିକ୍ରିୟା ଦେଖା ଯାଇନାହିଁ। ତେବେ ଶୁକ୍ରବାର ରୋଗୀଙ୍କୁ ଉକ୍ତ ଇଞ୍ଜେକ୍ସନ ଦେବା ପରେ ସେମାନଙ୍କ କମ୍ପ ହୋଇଥିଲା। ଅଭିଯୋଗ ପରେ ଘଟଣାର ତଦନ୍ତ ପାଇଁ ଡାକ୍ତରୀ ଟିମ୍‌, ନର୍ସିଂ ଅଫିସର ଓ ହସ୍ପିଟାଲ ମ୍ୟାନେଜରଙ୍କୁ ନେଇ ଏକ କମିଟି ଗଠନ ହୋଇଛି ବୋଲି ଅଧୀକ୍ଷକ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri