ଡିଆର୍‌ଡିଏ ଅଫିସ୍‌ରେ ୨୦ ପଜିଟିଭ୍‌, ୩ ଦିନ ପାଇଁ ଅଫିସ୍‌ ବନ୍ଦ

ଝାରସୁଗଡ଼ା ଅଫିସ୍‌,୮।୧: ରାଜ୍ୟରେ କରୋନା ସଂକ୍ରମଣର ତୃତୀୟ ଲହର ଆରମ୍ଭ ହୋଇଛି। ସପ୍ତାହ ହେଲାଣି ଝାରସୁଗୁଡା ଜିଲାରେ ହୁ ହୁ ହୋଇ କରୋନା ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ ୧୦୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଡିଆର୍‌ଡିଏ କାର୍ଯ୍ୟାଳୟରେ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସମେତ ୨୦ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଜିଲାରେ ପଜିଟିଭ୍‌ ସକ୍ରିୟ ସଂଖ୍ୟା ୨୮୮ରେ ପହଞ୍ଚିଛି।

ଏପରିକି ଜିଲାର କେତେକ ପୋଲିସ ଅଧିକାରୀ ଓ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାରଠାରୁ ୩ଦିନ ପାଇଁ ଡିଆର୍‌ଡିଏ କାର୍ଯ୍ୟାଳୟକୁ ବନ୍ଦ କରିଦିଆଯାଇଛି। କଣ୍ଟାକ୍ଟ ଟ୍ରେସିଂ ପରେ ଡିଆର୍‌ଡିଏ କାର୍ଯ୍ୟାଳୟ ସହ ବେଦାନ୍ତ କମ୍ପାନୀର ଲିଙ୍କ୍‌ ରହିଛି। ଫଳରେ ବେଦାନ୍ତକୁ କୋଭିଡ୍‌ କ୍ଲଷ୍ଟର ଭାବେ ନିଆଯାଇଛି।

ଜିଲା ପ୍ରଶାସନ ଓ କମ୍ପାନୀ କର୍ତ୍ତୃପକ୍ଷଙ୍କ ମିଳିତ ଉଦ୍ୟମରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଜିଲାପାଳ ସରୋଜ କୁମାର ସାମଲ ଗଣମାଧ୍ୟମକୁ କହିଛନ୍ତି। ଜିଲାରେ ବିମାନ ବନ୍ଦର, ରେଳ ଜଙ୍କଶନ୍‌, ବିଭିନ୍ନ କଳାକାରଖାନା ଓ ଖଣି ଖାଦାନ ରହିଛି। ଏଠାକୁ ପ୍ରତିଦିନ ଲୋକେ ଯାତାୟାତ କରୁଛନ୍ତି। ଫଳରେ କୋଭିଡ୍‌ ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ବିମାନ ବନ୍ଦର, ରେଳ ଜଙ୍କଶନ ଆଦି ସ୍ଥାନରେ ଯାତ୍ରୀଙ୍କ ସମ୍ପୂର୍ଣ୍ଣ ପରିଚୟ ରଖାଯାଇ ସେମାନଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା କରାଯିବ। ଭିଏସ୍‌ଏସ୍‌ ବିମାନ ବନ୍ଦରରେ ଯାତ୍ରୀଙ୍କ ସ୍ବାବ୍‌ ସଂଗ୍ରହ ଆରମ୍ଭ କରାଯାଇଛି। ଝାରସୁଗୁଡା, ବ୍ରଜରାଜନଗର ଓ ବେଲପାହାଡ ରେଳଷ୍ଟେଶନରେ ଯାତ୍ରୀଙ୍କ ସ୍ବାବ୍‌ ସଂଗ୍ରହ ଖୁବ୍‌ଶୀଘ୍ର କରାଯିବ ବୋଲି ଜିଲାପାଳ ସାମଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri