ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୦ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୯୭୭୮୯ ଭୋଟ ପାଇଛନ୍ତି। ହେଲେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୩୨ହଜାର ୧୯୧ଖଣ୍ଡ ଭୋଟ ମିଳିଛି।
୨୦ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ତୃତୀୟ ସ୍ଥାନରେ ରହିଥିବା ବେଳେ ତାଙ୍କୁ ୩୦୪୨୩ ଖଣ୍ଡ ଭୋଟ ମିଳିଛି। ଅନ୍ୟପକ୍ଷେ ଢୋଲକିଆ ୬୫୫୯୮ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।


